ପ୍ରମୁଖ ଖବର

ଭୁବନେଶ୍ୱରର ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରାବାସରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା
ଅଣ୍ଡରୱେଟ୍ ଶିଶୁଙ୍କ ପୁଷ୍ଟିକର ଖାଦ୍ୟ ପାଇଁ ବଢ଼ିଲା ଖର୍ଚ୍ଚ, ପ୍ରତିଦିନ ମିଳିବ ୧୮ ଟଙ୍କାର ପୋଷଣ
ପିପିଲିରେ ବନ୍ଦ ଘରୁ ଝୁଲନ୍ତା ଅବସ୍ଥାରେ ଦମ୍ପତିଙ୍କ ମୃତଦେହ ଜବତ
ଏସଟି, ଏସସି ଓ ଏସିବିସି ପାଇଁ ସଂରକ୍ଷଣ ବୃଦ୍ଧି, ୨୦୨୬-୨୭ରୁ ଲାଗୁ ହେବ ନୂଆ ନୀତି
ପୁଣି ବଢ଼ିଲା ବସ୍ ଭଡ଼ା, ଯାତ୍ରୀଙ୍କ ପକେଟକୁ ଝଟକା
ମଦର ଡେରୀର ନୂଆ ପଦକ୍ଷେପ: ମାଟିରେ ମିଶିଯିବ କ୍ଷୀର ପାଉଚ୍
ବିଜେପି ଛାଡ଼ିଲେ କେ. ଆନ୍ନାମଲାଇ, ଶୀଘ୍ର ଗଠନ କରିପାରନ୍ତି ନୂଆ ଆଞ୍ଚଳିକ ଦଳ

ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି

0

ଭୁବନେଶ୍ବର; ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶୁକ୍ରବାର ଶପଥ ନେଇଛନ୍ତି ହରିବାବୁ କମ୍ଭମ୍‌ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ସେ ଆଜି ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରିବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧର ଶରଣ ସିଂହ।

ରାଜଭବନରେ ଆୟୋଜିତ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକବର୍ଦ୍ଧନ ସିଂ ଦେଓ,ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବାଚସ୍ପତି ସୁରମା ପାଢ଼ୀ, ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ଗତ ଡିସେମ୍ବର ୨୪ରେ ଓଡ଼ିଶାର ରାଜ୍ୟପାଳ ଭାବରେ ହରିବାବୁ କମ୍ଭମ୍‌ପତିଙ୍କୁ ନିଯୁକ୍ତି ମିଳିଥିଲା। ଗତକାଲି ଭୁବନେଶ୍ୱରରେ ପହଞ୍ଚି ହରିବାବୁ ଓ ତାଙ୍କ ପରିବାର ପୁରୀ ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଥିଲେ।

Leave A Reply

Your email address will not be published.