ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ

0

ଗରିଆବନ୍ଧ: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଜିଲ୍ଲାରେ ସୋରନାମାଲ୍ ଜଙ୍ଗଲରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଗରିଆବନ୍ଧ ଅଞ୍ଚଳରେ ମାଓବାଦୀମାନେ ଲୁଚି ରହିଥିବା ପୋଲିସକୁ ଖବର ମିଳିଥିଲା। ଏହା ପରେ ଛତିଶଗଡ଼ ଓ ଓଡ଼ିଶାର ମିଳିତ ଅଭିଯାନ ଆରମ୍ଭ ହୋଇଥିଲା। ଏନେଇ ସିଆର୍‌ପିଏଫ୍‌ ଏବଂ ଡିଆର୍‌ଜି ଯବାନ ମିଳିତ ଭାବେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ। ସେତିକିବେଳେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।

ଆଜି ସକାଳେ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ସହିତ ସୁରକ୍ଷାକର୍ମୀଙ୍କର ମୁହାଁମୁହିଁ ହୋଇଥିଲା। ଅନେକ ସମୟ ଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଏବେ ବି ଅପରେସନ ଜାରି ରହିଛି।ଏପରିକି ଯବାନମାନେ ଘଟଣାସ୍ଥଳରୁ ଗୋଟିଏ ବନ୍ଧୁକ ଜବତ କରିଥିବା ଜଣାପଡିଛି। ଅନ୍ୟପକ୍ଷେ ମାଓବାଦୀଙ୍କ ଗତିବିଧିକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ଯବାନଙ୍କ ପକ୍ଷରୁ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି।

Leave A Reply

Your email address will not be published.