ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଖାନନଗର ହନୁମାନ ମନ୍ଦିରରୁ ଠାକୁରଙ୍କ ଅଳଙ୍କାର ଚୋରି

0

କଟକ: ଦିନକୁ ଦିନ ଚୋରି ଘଟଣା ବୃଦ୍ଧି କାଇବାରେ ଲାଗିଛି। ଯାହା ପୁଲିସ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ଆଜି ଏଭଳି କିଛି ଘଟଣା ଦେଖିବାକୁ ମିଳିଛି କଟକ ସହରରେ। ଚୋରା ଠାକୁରଙ୍କୁ ବି ଛାଡିଲେନି। ଶୁକ୍ରବାର ବିଳମ୍ବିତ ରାତିରେ କଟକ ଜିଲାର ମଧୁପାଟଣା ପୋଲିସ ଷ୍ଟେସନ ଅନ୍ତର୍ଗତ ଖାପୁରିଆ ଖାନନଗରର ପଞ୍ଚାମୁଖୀ ହନୁମାନ ମନ୍ଦିରରୁ ଦୁର୍ବୁତ୍ତମାନେ ହୁଣ୍ଡି ଏବଂ ଅଳଙ୍କାର ଲୁଟି ନେଇଛନ୍ତି। ଯାହା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ସୂଚନାନୁସାରେ, ଶୁକ୍ରବାର ବିଳମ୍ବିତ ରାତିରେ କିଛି ଦୁର୍ବୁତ୍ତ ଆସି ପଞ୍ଚାମୁଖୀ ହନୁମାନ ମନ୍ଦିରରେ ଠାକୁରଙ୍କ ଚାନ୍ଦି ମୁକୁଟ ସହ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଚୋରମାନେ ୫ଟି ରୂପା ମୁକୁଟ, (ମୁଦି), ସୁନା ମୁଖା, ରୂପା ଗଦା, ରୂପା ଗରା ଏବଂ ମନ୍ଦିରରୁ କଠଉ ଲୁଟି ନେଇଥିଲେ। ସେମାନେ ମନ୍ଦିରରୁ ଅନ୍ୟ ଅଳଙ୍କାର ମଧ୍ୟ ଚୋରି କରିଛନ୍ତି। ଆଜି ସକାଳେ କିଛି ସ୍ଥାନୀୟ ଲୋକ ଚୋରି ହୋଇଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ମଧୁପାଟଣା ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.