ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ଲୁଟ୍‌ ପାଇଁ ସୁନା ଦୋକାନ କର୍ମଚାରୀଙ୍କୁ ଗୁଳିମାଡ,୨ ମୃତ, ଜଣେ ଗୁରୁତର

0

ଯାଜପୁର: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ଅଘଟଣ ଘଟିଛି। ପାଣିକୋଇଲିରେ ୨ ଜଣଙ୍କୁ ଗୁଳିମାଡ କରି ଲୁଟ୍‌ ଉଦ୍ୟମ ହୋଇଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତଙ୍କୁ ଚିକିତ୍ସାପାଇଁ ଭୁବନେଶ୍ୱର ଅଣାଯାଇଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।

ସୂଚନା ମୁତାବକ, ପାଣିକୋଇଲି ଛକରେ ଥିବା ଏକ ଅଳଙ୍କାର ଦୋକାନର ଦୁଇ କର୍ମଚାରୀ ସୁନୀଲ୍‌ ରାୟ ତାଙ୍କ ସାଥୀ ବ୍ୟାଙ୍କରେ ଟଙ୍କା ଜମା କରିବା ପାଇଁ କାର୍‌ରେ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ୩ ଜଣ ଦୁର୍ବୃତ୍ତ ସେମାନଙ୍କ କାର୍‌କୁ ପିଛା କରୁଥିଲେ। ତେବେ ପାଣିକୋଇଲି ଛକଠାରୁ ଅଳ୍ପ ଦୂରରେ ବିଦ୍ୟୁତ ଅଫିସ୍‌ ପାଖରେ ଦୁର୍ବୃତ୍ତଙ୍କ ବାଇକ୍‌କୁ ଅନ୍ୟ ଏକ କାର୍‌ ଧକ୍କା ଦେଇଥିଲା। ଅଫିସ୍‌ ଆଗରେ ଦୁର୍ଘଟଣା ଘଟିଥିବା ଦେଖି ବିଦ୍ୟୁତ୍‌ କର୍ମଚାରୀ ନୀଳମାଧବ ପଣ୍ଡା ଚିତ୍କାର କରିଥିଲେ। ଏଥିରେ ଦୁର୍ବୃତ୍ତମାନେ ରାଗି ଯାଇପ୍ରଥମେ ନୀଳମାଧବଙ୍କୁ ଗୁଳି କରିଥିଲେ। ଗୁଳି ତାଙ୍କ ପେଟ ଓ ଅଣ୍ଟାରେ ବାଜିଥିଲା। ପରେ ଅଳଙ୍କାର ଦୋକାନୀ ସୁନୀଲ୍‌ ଓ ତାଙ୍କ ସାଥୀଙ୍କ ଉପରକୁ ଗୁଳି ଚଳାଇଥିଲେ। ସେମାନଙ୍କ ଦେହରେ ଗୁଳି ବାଜିବାରୁ ସେମାନେ ମଧ୍ୟ ଗୁରୁତର ଆହତ ହୋଇଥିଲେ। ଗୁଳି ଶବ୍ଦ ଶୁଣି ସ୍ଥାନୀୟ ଲୋକେ ୩ ଦୁର୍ବୃତ୍ତଙ୍କ ଭିତରୁ ୨ ଜଣଙ୍କୁ କାବୁ କରିନେଇଥିଲେ।

ଗୁଳି ମାଡ଼ରେ ଆହତ ହୋଇଥିବା ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାଣିକୋଇଲି ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ନୀଳମାଧବଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୨ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟ ଜଣେ ଗୁରୁତର ଆହତଙ୍କୁ ଚିକିତ୍ସାପାଇଁ ଭୁବନେଶ୍ୱର ଅଣାଯାଇଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଅନ୍ୟ ପକ୍ଷରେ ଉତ୍ତ୍ୟକ୍ତ ଲୋକଙ୍କ ମାଡ଼ରେ ଦୁଇ ଦୁର୍ବୃତ୍ତ ଗୁରୁତର ଆହତ ହୋଇଛନ୍ତି।

Leave A Reply

Your email address will not be published.