ଝାରସୁଗୁଡ଼ା: ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ଧରଣର ତ୍ରୁଟି। ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ପାଖରେ ଖସିପଡ଼ିଲା ଡ୍ରୋନ୍। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ା ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାର ଝାଡ଼େଶ୍ୱର ମନ୍ଦିରକୁ ପ୍ରବେଶ କରୁଥିବା ସମୟରେ ଏକ ଡ୍ରୋନ୍ ତାଙ୍କ ପାଖରେ ଖସିପଡ଼ିଥିଲା।
ଡ୍ରୋନ୍ଟି ହଠାତ୍ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିବାରୁ ସେ ଚମକିପଡ଼ିଥିଲେ। ତାଙ୍କ ପାଖରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତୁରନ୍ତ ପିଏସ୍ଓ ଉକ୍ତ ଡ୍ରୋନ୍କୁ ପାଦରେ ଏଡ଼ାଇ ଦେଇଥିଲେ। ତେବେ ମୁଖ୍ୟମନ୍ତ୍ରୀଙ୍କ ମୁଣ୍ଡ ଉପରେ ଏଭଳି ଡ୍ରୋନ୍ ଉଡ଼ାଇବାକୁ କିଏ ଅନୁମତି ଦେଲା ଏବଂ କିପରି ଏହା ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ବୋଲି ମଧ୍ୟ ଚର୍ଚ୍ଚା ହେଉଛି।
ପ୍ରମୁଖ ଖବର
ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ