ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ଜୟପୁରରେ ହେବ ଓପିଏସସିର ନୂଆ ପରୀକ୍ଷା ଜୋନ

0

ଜୟପୁର: ଜୟପୁରଠାରେ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ନୂଆ ପରୀକ୍ଷା ଜୋନ ହେବ ବୋଲି ଘୋଷଣା କରାଯାଇଛି। ଓପିଏସସିର ଲିଖିତ ପରୀକ୍ଷା ପାଇଁ ଜୟପୁରରେ ନୂଆ ପରୀକ୍ଷା ଜୋନ କରାଯାଇଥିବା ନେଇ ସୂଚନା ଦିଆଯାଇଛି। ଆଜି ଜୟପୁରରେ ନୂଆ ପରୀକ୍ଷା ଜୋନ ନେଇ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ଜାନୁଆରି ୧ ତାରିଖ ଦିନ ରାଜ୍ୟର ନିଯୁକ୍ତି କମିଶନ ମାନଙ୍କ ସହିତ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଜିଲ୍ଲା ଜୟପୁର ଠାରେ ଏକ ପରୀକ୍ଷା କେନ୍ଦ୍ର ସ୍ଥାପନ କରିବା ପାଇଁ ଓଡ଼ିଶା ଲୋକ ସେବା ଆୟୋଗକୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଅନୁଯାୟୀ ଆଜି ଲୋକ ସେବା ଆୟୋଗ ଜୟପୁରରେ ପରୀକ୍ଷା କେନ୍ଦ୍ର ସ୍ଥାପନ ନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପୂର୍ବରୁ ଭୁବନେଶ୍ବର, କଟକ, ବାଲେଶ୍ବର, ବ୍ରହ୍ମପୁର ଏବଂ ସମ୍ବଲପୁର ସମେତ ଓପିଏସସି’ର ୫ଟି ପରୀକ୍ଷା ଜୋନ୍ ଥିବା ବେଳେ ଏବେ ଜୟପୁର ଏଥିରେ ସାମିଲ ହୋଇଛି।

Leave A Reply

Your email address will not be published.