ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଶ୍ରୀଜିଉଙ୍କ ସହ କୋଣାର୍କ ସୂର୍ଯ୍ୟ ମନ୍ଦିର ଦର୍ଶନ କଲେ ଏସ୍. ଜୟଶଙ୍କର

0

ଭୁବନେଶ୍ବର: ଆସନ୍ତାକାଲିଠାରୁ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବ। ଏଥିଲାଗି ଜଣଙ୍କ ପରେ ଜଣେ ପ୍ରବାସୀ ଭାରତୀୟ ଆସି ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚୁଛନ୍ତି। ସେମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦେବା ଲାଗି ବ୍ୟାପକ ପ୍ରସ୍ତୁତି କରାଯାଇଛି। ତେବେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବା ଲାଗି ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍‌. ଜୟଶଙ୍କର। ଏହାପରେ କୋଣାର୍କର ରାମଚଣ୍ଡୀ ମୁହାଣ ନିକଟ ଇକୋ ରିଟ୍ରିଟ୍‌ରେ ଜୟଶଙ୍କର ରାତ୍ରୀଯାପନ କରିବା ପରେ ଆଜି ପ୍ରଥମେ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଥିଲେ।

ଏହାପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଜୟଶଙ୍କର। ସିଂହ ଦ୍ଵାର ନିକଟରେ ପହଞ୍ଚିବା ପରେ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା। ବରିଷ୍ଠ ସେବାୟତ ଜୟଶଙ୍କରଙ୍କୁ ପାଛୋଟି ନେଇ ମହାପ୍ରଭୁଙ୍କ ଦର୍ଶନ କରାଇଥିଲେ। ଏହି ଅବସରରେ ସେ କହିଛନ୍ତି, ମୋ ପାଇଁ ବଡ ସୌଭାଗ୍ୟର ଦିନ। ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡିଶା ସରକାର ଭଲ ପ୍ରସ୍ତୁତି କରିଛନ୍ତି। ଓଡିଶା ମାନଚିତ୍ରକୁ ସାରା ଦୁନିଆରେ ସ୍ଥାନିତ କରିବୁ।

ସୂଚନାଯୋଗ୍ୟ, ଆସନ୍ତା ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବ। ଏହି ସମ୍ମିଳନୀରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଉପସ୍ଥିତ ରହିବେ। ୪ ଦିନ ସେ ଓଡ଼ିଶାରେ ରହିବେ। ୧୦ ତାରିଖରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.