ପ୍ରମୁଖ ଖବର

ସହଦେବ ନାୟକ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି
ରାଉରକେଲାରେ ଜଣେ ସିଆରପିଏଫ ଯବାନ ନିଜକୁ ନିଜେ ଗୁଳି କରିଥିବା ସୂଚନା
ଚୀନର ଜିଆଙ୍ଗରେ ଭୂକମ୍ପର ଝଟକା: ତୀବ୍ରତା ୪.୩
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡିଶାରେ ପହଁଞ୍ଚିଲେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଟ୍ରାଏଲ୍ ରନ୍
କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ

ଆଜିଠୁ ପ୍ରବାସୀ ଭାରତୀୟ ଦିବସ

0

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହେଲା ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟ ଶଙ୍କର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ମଧ୍ୟ ଉପସ୍ଥିତ ରହିଛନ୍ତି। ଏଥିରେ ଯୋଗଦେବାକୁ ବିଶ୍ୱର କୋଣ ଅନୁକୋଣରେ ବାସ କରୁଥିବା ପ୍ରାୟ ୫୦ଟି ଦେଶରୁ ପ୍ରବାସୀ ଭାରତୀୟ ବଂଶୋଦ୍ଭବ ଭୁବନେଶ୍ୱରରେ ପଦାର୍ପଣ କରିଛନ୍ତି। ଏଥିପାଇଁ ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ସୃଷ୍ଟି ହୋଇଛି।ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ଆସୁଛନ୍ତି ପ୍ରଧାନମନ୍ତ୍ରୀ।

୩ ଦିନ ଧରି ଚାଲିବାକୁ ଥିବାବେଳେ ଯୁବ ସମାବେଶରୁ ଏହି ସମ୍ମିଳନୀ ଆରମ୍ଭ ହୋଇଛି। ଏହି ଅବସରରେ ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟ ମାନଙ୍କୁ ମୁଖ୍ୟମନ୍ତ୍ରୀ ସ୍ଵାଗତ କରିଛନ୍ତି। ଏବଂ କହିଛନ୍ତି ଅଜସ୍ର ସ୍ନେହ ଏବଂ ଶ୍ରଦ୍ଧାର ସହ ଆମେ ଆପଣ ମାନଙ୍କ ଅପେକ୍ଷାରେ ଥିଲୁ। ଆଜି ସେହି ଅପେକ୍ଷାର ଅନ୍ତ ଘଟିଛି। ସମ୍ପର୍କ ଆହୁରି ସୁଦୃଢ ହେବ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ ସାଂସ୍କୃତିକ ଆମ୍ବାସଡର। ଆପଣଙ୍କ ସଫଳତା ଆମକୁ ଖୁସି ଦେଇଥାଏ। ଓଡିଶାର ସଂସ୍କୃତି ଓ ଐତିହ୍ୟ ସ୍ଵତନ୍ତ୍ର। ମୁଁ ଚାହୁଁଛି ଆପଣ ଓଡିଶାର ସଂସ୍କୃତି ଓ ଐତିହ୍ୟ ଜାଣନ୍ତୁ। ପୁରୀ, କୋଣାର୍କ , ଧଉଳି ଏବଂ ଚିଲିକା ଭଳି ପର୍ଯ୍ୟଟନ ସ୍ଥଳୀ ବୁଲନ୍ତୁ। ଡାଲମା, ରସଗୋଲା, ଛେନାପୋଡ ଭଳି ଓଡିଆ ଖାଦ୍ୟର ମଜା ନିଅନ୍ତୁ। ଏହି ଅବସରରେ ଭୁବନେଶ୍ଵରରେ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଆପଣମାନେ ସବୁ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖନ୍ତୁ। ଏହାଦ୍ଵାରା ସମ୍ପର୍କ ଆହୁରି ମଜବୁତ୍ ହେବ ଏବଂ ଅତୁଟ ରହିବ।
ପ୍ରବାସୀ ଭାରତୀୟ ଦିବସ ସମାରୋହକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା, ପୁଷ୍ପ ପ୍ରଦର୍ଶନୀ ଆୟୋଜନ କରାଯାଇ ରାଜଧାନୀକୁ ଉତ୍ସବ ମୁଖର କରାଯାଇଛି। ଓଡ଼ିଶାର ସମୃଦ୍ଧ କଳା ଓ ଐତିହ୍ୟ ପ୍ରଦର୍ଶନ କରାଯିବାକୁ ପ୍ରଯତ୍ନ କରାଯାଇଛି। ରାଜାରାଣୀ ସଙ୍ଗୀତ ଉତ୍ସବ, ମୁକ୍ତେଶ୍ୱର ନୃତ୍ୟ ଉତ୍ସବ, ଓଡ଼ିଶୀ ନୃତ୍ୟ ଏବଂ ପାରମ୍ପରିକ ଲୋକ ନୃତ୍ୟ ଇତ୍ୟାଦି ପ୍ରଦର୍ଶନ କରାଯିବ। ପୁରୀରେ ବିଚ୍‌ ଫେଷ୍ଟିଭାଲ୍‌, ବାଲୁକା କଳା ପ୍ରଦର୍ଶନୀ ମଧ୍ୟ ଅନୁଷ୍ଠିତ ହେବ। ଏହି ସମୟରେ ସମଗ୍ର ଭାରତର ଦୃଷ୍ଟି ଓଡ଼ିଶା ଉପରେ ରହିବ। ଯାହାର ଭରପୂର ସୁଯୋଗ ନେବାକୁ ଓଡ଼ିଶା ସରକାର ପ୍ରସ୍ତୁତ ହୋଇ ରହିଛନ୍ତି। ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ସୁନ୍ଦର ଆଲୋକ ସାଜସଜ୍ଜା କରାଯାଇ ରାଜଧାନୀ ସହରକୁ ନବବଧୂ ପରି ସଜେଇ ଦିଆଯାଇଛି।

Leave A Reply

Your email address will not be published.