ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ମୋଦୀ

0

ଭୁବନେଶ୍ବର: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ବୁଧବାର ରାତି ପ୍ରାୟ ୮ଟା ୧୫ ମିନିଟରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଏକ ସ୍ଵତନ୍ତ୍ର ବିମାନ ଯୋଗେ ମୋଦୀ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦର ବାହାରେ ରାସ୍ତାପାର୍ଶ୍ବରେ ପ୍ରଧାନମନ୍ତ୍ରୀଙ୍କୁ ସ୍ଵାଗତ ପାଇଁ ପାରମ୍ପରିକ ବାଦ୍ୟ ଓ ନୃତ୍ୟର ଆୟୋଜନ କରାଯାଇଥିଲା।

ବିଶାଖାପାଟଣାରେ ଏନଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଭୁବନେଶ୍ବର ଆସି ପହଞ୍ଚିଲେ ପ୍ରଧାନମନ୍ତ୍ରୀ। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରି ଯାପନ କରିବେ। ଗୁରୁବାର ପ୍ରଧାନମନ୍ତ୍ରୀ ମୋଦୀ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ।

୯ ତାରିଖ ପୂର୍ବାହ୍ନ ୯ଟା ୪୫ରେ ସେ ରାଜଭବନରୁ ବାହାରି ଜତନା ମଇଦାନ ଅଭିମୁଖେ ଯିବେ। ସେଠାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ। ପୂର୍ବାହ୍ନ ୧୦ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ସେ ପ୍ରବାସୀ ଭାରତୀୟମାନଙ୍କ ସହିତ ସମୟ ବିତାଇବେ। ଏହା ପରେ ପୂର୍ବାହ୍ନ ୧୧ଟା ୫୫ ମିନିଟରେ ଦିଲ୍ଲୀ ଫେରିଯିବେ।

Leave A Reply

Your email address will not be published.