ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ମୋଦୀ

0

ଭୁବନେଶ୍ବର: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ବୁଧବାର ରାତି ପ୍ରାୟ ୮ଟା ୧୫ ମିନିଟରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଏକ ସ୍ଵତନ୍ତ୍ର ବିମାନ ଯୋଗେ ମୋଦୀ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦର ବାହାରେ ରାସ୍ତାପାର୍ଶ୍ବରେ ପ୍ରଧାନମନ୍ତ୍ରୀଙ୍କୁ ସ୍ଵାଗତ ପାଇଁ ପାରମ୍ପରିକ ବାଦ୍ୟ ଓ ନୃତ୍ୟର ଆୟୋଜନ କରାଯାଇଥିଲା।

ବିଶାଖାପାଟଣାରେ ଏନଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଭୁବନେଶ୍ବର ଆସି ପହଞ୍ଚିଲେ ପ୍ରଧାନମନ୍ତ୍ରୀ। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରି ଯାପନ କରିବେ। ଗୁରୁବାର ପ୍ରଧାନମନ୍ତ୍ରୀ ମୋଦୀ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ।

୯ ତାରିଖ ପୂର୍ବାହ୍ନ ୯ଟା ୪୫ରେ ସେ ରାଜଭବନରୁ ବାହାରି ଜତନା ମଇଦାନ ଅଭିମୁଖେ ଯିବେ। ସେଠାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିବେ। ପୂର୍ବାହ୍ନ ୧୦ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ସେ ପ୍ରବାସୀ ଭାରତୀୟମାନଙ୍କ ସହିତ ସମୟ ବିତାଇବେ। ଏହା ପରେ ପୂର୍ବାହ୍ନ ୧୧ଟା ୫୫ ମିନିଟରେ ଦିଲ୍ଲୀ ଫେରିଯିବେ।

Leave A Reply

Your email address will not be published.