ପ୍ରମୁଖ ଖବର

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍
ଆତ୍ମସମର୍ପଣ କଲେ ୩୧ ମାଓବାଦୀ
ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର
କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ
ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ

ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଏସ୍‌ଡିଓ

0

କଣ୍ଟାବାଞ୍ଜି: ସାମ୍ବାଦିକଙ୍କୁ ମାଡ଼ ମାରିବା ପଡିଲା ମାହାଙ୍ଗା। ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍‌ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ଚିନ୍ମୟ ସାହୁଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏହା ସହିତ ଦୁଇ ଜଣଙ୍କୁ ଚାକିରିରୁ ମଧ୍ୟ ନିଲମ୍ବନ କରାଯାଇଥିବା ଜଣାପଡିଛି।

ବୁଧବାର ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ଉପରେ ଅଧିକାରୀଙ୍କ ମତାମତ ନେବାକୁ ଯାଇଥିବା ସମୟରେ ମଦ ପିଇ ମାତାଲ ଅବସ୍ଥାରେ ଥିବା କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍‌ ବିଭାଗର ଯନ୍ତ୍ରୀ ଚିନ୍ମୟ ସାହୁ ଟିଟିଲାଗଡ଼ର ଗଣମାଧ୍ୟମ ପ୍ରତିନିଧି ଅବିନାଶ ନନ୍ଦ, ସଞ୍ଜୟ ବେହେରା ଓ ତରୁଣ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଆକ୍ରମଣର ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା। ଏହି ଘଟଣାକୁ ନେଇ ଟିଟିଲାଗଡ଼ ଥାନା ପୋଲିସ ମାମଲା ରୁଜୁ କରି ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଜାମିନ ନାମଞ୍ଜୁର ହେବାରୁ ଉଭୟ ଯନ୍ତ୍ରୀଙ୍କୁ ଜେଲ ପଠାଇ ଦିଆଯାଇଥିବା ଜଣାପଡିଛି।

Leave A Reply

Your email address will not be published.