ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

ତେଲେଙ୍ଗାନାରେ ବସ୍‌ ଦୁର୍ଘଟଣା: ୪ ଓଡ଼ିଆ ମୃତ

0

ତେଲେଙ୍ଗାନା: ତେଲେଙ୍ଗାନାର ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଥିବା ସୂଚନା। ତେଲେଙ୍ଗାନା ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଦୁର୍ଘଟଣା ଘଟିଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ କଳାହାଣ୍ଡି ସିନାପାଲିରୁ ୩୨ ଜଣ ଶ୍ରମିକଙ୍କୁ ନେଇ ଗତକାଲି ହାଇଦ୍ରାବାଦ ଅଭିମୁଖେ ବାହାରିଥିଲା ବସ୍‌। ବସ୍‌ଟି ରାତି ପ୍ରାୟ ୩ଟା ସମୟରେ ସୂର୍ଯ୍ୟାପେଟ-ଖମାମ ରାସ୍ତା ଅତିକ୍ରମ କରୁଥିଲା। ଉକ୍ତ ସମୟରେ ରାସ୍ତା ଉପରେ ଏକ ଟ୍ରକ୍‌ ଛିଡ଼ା ହୋଇଥିବା ବେଳେ ଦ୍ରୁତଗାମୀ ବସ୍‌ଟି ତାହାକୁ ପଛ ପଟୁ ପିଟିଥିଲା।

ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବସ୍‌ ଡ୍ରାଇଭର, ୨ ମହିଳା ଶ୍ରମିକ ଓ ଜଣେ ପୁରୁଷ ଶ୍ରମିକ ଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ଆଉ କିଛି ଶ୍ରମିକ ଆହତ ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି।

Leave A Reply

Your email address will not be published.