ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

0

କେନ୍ଦୁଝର: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଠାରେ ଏକ ନବ ନିର୍ମିତ ସେତୁର ଉଦଘାଟନ କରିଛନ୍ତି। ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମୟରେ କେନ୍ଦୁଝରର ବିକାଶ ପାଇଁ ଏମଓୟୁ ସ୍ୱାକ୍ଷର ହେବ। କେନ୍ଦୁଝରରେ ପ୍ରାକୃତିକ ସମ୍ପଦ ଭରି ରହିଛି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ପ୍ରତିଶ୍ରୁତି ଦେଉଛି। କେନ୍ଦୁଝରର ବିକାଶକୁ ସବୁବେଳେ ପ୍ରାଥମିକତା ଦେବି। ଜିଲ୍ଲାର ଶିକ୍ଷା, ସ୍ଵାସ୍ଥ୍ୟ ଆଦି ସବୁ କ୍ଷେତ୍ରର ବିକାଶ ପାଇଁ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ଅପରପକ୍ଷରେ ଉଦଘାଟିତ ହୋଇଥିବା ଏହି ସେତୁଟି ଝୁମ୍ପୁରା-ଉଖୁଣ୍ଡା ରାସ୍ତାରେ କେନାଲ ଉପରେ ନିର୍ମିତ ହୋଇଛି। ଏହା ଦ୍ବାରା ଝୁମ୍ପୁରା ଓ ଶ୍ରୀ ରାମପୁର ଗ୍ରାମ ଯୋଡ଼ି ହୋଇ ଯୋଗାଯୋଗର ସୁବିଧା ହୋଇଛି। ଏହା ଦ୍ବାରା ନିକଟବର୍ତ୍ତୀ ଅଞ୍ଚଳର ଲୋକଙ୍କ ସହିତ ଦୈନିକ ୫ ହଜାରରୁ ୧୦ ହଜାର ଲୋକ ଉପକୃତ ହେବେ। ତେବେ ଏହି ସେତୁର ଦୈର୍ଘ୍ୟ ୬୭ ମିଟର ଓ ଆପ୍ରୋଚ୍ ରୋଡ ୧୭୫ ମିଟର।

Leave A Reply

Your email address will not be published.