ପ୍ରମୁଖ ଖବର

‘ସେମିକନ୍‌ ଇଣ୍ଡିଆ ୨୦୨୫’ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସୁଦାନରେ ଭୂସ୍ଖଳନ ; ମାଟିରେ ମିଶିଗଲା ପୂରା ଗାଁ, ୧୦୦୦ ଲୋକଙ୍କ ମୃତ୍ୟୁ
ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ
ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳା ଉଦ୍ଧାର
ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଆର୍‌ଏସ୍‌ରୁ କେ.କବିତା ସସ୍‌ପେଣ୍ଡ
୪ କୋଟି ଟଙ୍କା ହେରଫେର୍‌ ମାମଲାରେ ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ଗିରଫ
ଚୋରି ହୋଇଥିବା ୯୦୦ ଗ୍ରାମ ସୁନା ସହ ୨ କେଜି ରୂପା ଜବତ, ୪ ଗିରଫ
ଥାନାରେ ନାବାଳିକା ଫିନାଇଲ୍ ପିଇବା ଘଟଣା: ପୁରୁଷ ବନ୍ଧୁ ଗିରଫ
ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ

ନବ ଦାସ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି କଲେ ଦୀପାଳି ଦାସ

0

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଚାଲିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟିକା ଦୀପାଳି ଦାସ

ବାସଭବନରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦୀପାଳି କହିଛନ୍ତି, ସରକାର ଯଦି ସିବିଆଇ ତଦନ୍ତ ଚାହୁଁଛନ୍ତି ମୋ ପରିବାର ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରନ୍ତୁ। ଏଥିସହ ଏହି ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି। ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଦୀପାଳି ଦାସ କହିଛନ୍ତି ଯେ “ସରକାର ଯଦି ସିବିଆଇ ତଦନ୍ତ ଚାହୁଁଛନ୍ତି ମୋ ପରିବାର ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋଚନା କରନ୍ତୁ।” ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।

Leave A Reply

Your email address will not be published.