ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

0

ନୂଆଦିଲ୍ଲୀ: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଚଳିତ ଜାନୁଆରୀ ମାସରୁ ଏହି ସହାୟତା ରାଶି ପ୍ରଦାନ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଯେଉଁମାନେ ପଦ୍ମ ପୁରସ୍କାର ପାଇଛନ୍ତି ସମାଜ ପ୍ରତି ସେମାନଙ୍କ ଅବଦାନକୁ ସମ୍ମାନ ଜଣାଇ ଚଳିତ ମାସ ଠାରୁ ରାଜ୍ୟ ସରକାର ୩୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବେ। ତେବେ କେବଳ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କୁ ଏହି ଅର୍ଥ ପ୍ରଦାନ କରାଯିବ।ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ଏହି ଅର୍ଥ ପ୍ରଦାନ କରାଯିବ। ପଦ୍ମ ପୁରସ୍କାର ପାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସମସ୍ତ ତଥ୍ୟ ଦେବାକୁ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଜିଲ୍ଲା ସଂସ୍କୃତି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି।

ସୂଚନା ଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ। ଗୁରୁବାର ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ସହାୟକ ରାଶି ପ୍ରଦାନ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ତେବେ ରାଜ୍ୟରେ ବର୍ତ୍ତମାନ ୫୫ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ସରକାର ପ୍ରଦାନ କରିବେ। ଏଥିପାଇଁ ବର୍ଷକୁ ରାଜକୋଷରୁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

Leave A Reply

Your email address will not be published.