ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ପଟ୍ଟଚିତ୍ର କିଣିଲେ ସିଙ୍ଗାପୁର ରାଷ୍ଟ୍ରପତି

0

ପୁରୀ: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍‌ଙ୍କ ଓଡ଼ିଶା ଗସ୍ତର ଆଜି (ଶନିବାର) ଦ୍ୱିତୀୟ ଦିନ। ଆଜି ସେ ପୁରୀ ଜିଲ୍ଲାର ପ୍ରସିଦ୍ଧ ଐତିହ୍ୟ ଗ୍ରାମ ରଘୁରାଜପୁରକୁ ନିଜ ପତ୍ନୀଙ୍କ ସହ ପରିଦର୍ଶନ କରିଛନ୍ତି। କଳାସଂସ୍କୃତିରେ ଭରପୂର ଏହି ଗ୍ରାମ ବୁଲିବା ସମୟରେ ସିଙ୍ଗାପୁର ରାଷ୍ଟ୍ରପତି ଲୋକମାନଙ୍କ ଘରେ ପଟ୍ଟ ଚିତ୍ର ତିଆରି ଶୖୈଳୀର ଡେମୋ ଦେଖିବା ସହ ପଟ୍ଟ ଚିତ୍ର ଶିଳ୍ପୀଙ୍କ ସହ ଆଲୋଚନା କରିଥିଲେ। ଏହାସହିତ ଗଣେଶଙ୍କ ପଟ୍ଟଚିତ୍ର କିଣିଥିବା ଜଣାପଡ଼ିଛି। ପୁରୀର ଏହି ହେରିଟେଜ ଭିଲେଜ ବୁଲିବା ପରେ ସେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ଗସ୍ତ କରିଥିଲେ।
ତେବେ ଅପରାହ୍ନରେ ଅନ୍ଧାରୁଆରେ ଥିବା ଭାରତ ବାୟୋଟେକର ଟୀକା ପ୍ରସ୍ତୁତ କେନ୍ଦ୍ର ପରିଦର୍ଶନ କରି ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଗତକାଲି ସେ ଭୁବନେଶ୍ଵରସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ କଳାଭୂମିରେ ଦୀର୍ଘ ୪ ଘଣ୍ଟା ସମୟ ଅତିବାହିତ କରି କଳା, ହସ୍ତତନ୍ତ ଓ ହସ୍ତଶିଳ୍ପ ର ଉଚ୍ଚ ପ୍ରଶଂସା କରିଥିଲେ। ଏହି ଅବସରରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.