ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ଘନ କୁହୁଡି ନେଇ ୪ ଜିଲ୍ଲାକୁ ସତର୍କତା ଜାରି

0

ଆହୁରି ୫ ଦିନ ଶୀତରେ ଥରିବ ଓଡିଶା

ଭୁବନେଶ୍ବର: ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରୀ। ଏହା ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ଏହା ସାଙ୍ଗକୁ ଘନ କୁହୁଡି ମଧ୍ୟ ରହିବ।
ବର୍ତ୍ତମାନ ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶା କନ୍ଧମାଳ, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ ଏବଂ ଢେଙ୍କାନାଳ ସମେତ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜରେ ପ୍ରବଳ ଶୀତ ଅନୁଭୁତ ହେଉଥିବାବେଳେ, ଆସନ୍ତା ୪ ରୁ ୫ ଦିନ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ।

ଘନ କୁହୁଡି ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ କ୍ଷମତା। ସେହିଭଳି ଆଗାମୀ ୩ ଦିନ ପର୍ଯ୍ୟନ୍ତ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦୁଝର ଏବଂ ଝାରସୁଗୁଡାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.