ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଓଏସଆରଟିସି ବସ୍ ଦୁର୍ଘଟଣା: ୨ ମୃତ, ୧୦ ଗୁରୁତର

0

ଅନୁଗୁଳ: ଅନୁଗୁଳ ଜିଲ୍ଳାଲେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକର ଖମାର ଅଞ୍ଚଳରେ ଓଏସଆରଟିସି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୧୦ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ତାଳଚେଳ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଖବର ମୁତାବକ, ଆଜି ଅପରାହ୍ନରେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସଆରଟିସି)ର ଏକ ଯାତ୍ରୀବାହୀ ବସ୍‌ ବାରିପଦାରୁ ଅନୁଗୁଳ ଜିଲ୍ଲା ପାଲଲହଡ଼ା ଅଭିମୁଖେ ଯାଉଥିବା ସମୟରେ ଖମାର ଥାନା ଅଧୀନ ଗହମ ପଞ୍ଚାୟତ ନିକଟରେ ଭାରସାମ୍ୟ ହରାଇ ସଂପୂର୍ଣ୍ଣ ଭାବେ ଓଲଟି ପଡ଼ିଥିଲା। ଫଳରେ କିଛି ଯାତ୍ରୀ ଦୁର୍ଘଟଣାଗ୍ରସ୍ତ ବସ୍‌ ତଳେ ଚାପି ହୋଇଯାଇଥିଲେ।

ଖବରପାଇ ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିଥିଲେ। ବସ୍ ଟି ଓଲଟି ପଡିଥିବାରୁ ଉଦ୍ଧାର କରିବାରେ ବିଳମ୍ବ ହୋଇଥିଲା। ଏହାପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ତାଳଚେର ଉପଖଣ୍ଡ ଡାକ୍ତରଖାନାରେ ସମସ୍ତ ଆହତଙ୍କୁ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ୧୦ ଜଣଙ୍କର ଅବସ୍ଥା ସଂକଟାପନ୍ନ ରହିଥିବା ସୂଚନା ମିଳିଛି।

Leave A Reply

Your email address will not be published.