ପ୍ରମୁଖ ଖବର

କେନ୍ଦୁପତ୍ର ତୋଳାଳିଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର; ବୋନସ ଓ ମୂଲ୍ୟବୃଦ୍ଧିକୁ ମଞ୍ଜୁରି
ଜୁଲାଇ ୧୭ରେ ଗଡ଼ିବ ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍, ଶୁଭାରମ୍ଭ କରିବେ ମୋଦୀ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ
ରୋଡ୍ ରୋଲର ଚଳାଇ ୪୭୨ କୋଟି ଟଙ୍କାର ନିଶାଦ୍ରବ୍ୟ ନଷ୍ଟ କଲେ ହିମନ୍ତ ବିଶ୍ୱ ସର୍ମା

ଅଶୋକ ମହାପାତ୍ରଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସମ୍ବର୍ଦ୍ଧନା

0

ଭୁବନେଶ୍ୱର: ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ନିମନ୍ତେ କେନ୍ଦ୍ର ସରକାରଙ୍କ ଦ୍ୱାରା ମନୋନୀତ କରାଯିବା ପରିପ୍ରେକ୍ଷୀରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ସୋମବାର ଦିନ ସମ୍ବର୍ଦ୍ଧିତ କରିଛନ୍ତି।

ଏମ୍‌ସ ନୁଆଦିଲ୍ଲୀର ନ୍ୟୁରୋସର୍ଜରୀ ବିଭାଗର ମୁଖ୍ୟ ଭାବେ ଦାୟିତ୍ୱ ତୁଲାଇବା ସହ ଭୁବନେଶ୍ୱର ଏମ୍ସର ପ୍ରଥମ ନିର୍ଦ୍ଦେଶକ ରହିଥିବା ପ୍ରଫେସର ମହାପାତ୍ର ସୋଆର କୁଳପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଇ ସାରିଛନ୍ତି।

ପ୍ରଫେସର ମହାପାତ୍ରଙ୍କୁ ଶୁଭେଚ୍ଛା ଜଣାଇ ପ୍ରଫେସର ନାୟକ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ତାଙ୍କର ଦେଶ ପ୍ରତି ଅବଦାନ ଅତୁଳନନୀୟ ବୋଲି କହିଥିଲେ । ଏହି ସମ୍ମାନ ସୋଆ ପାଇଁ ଗର୍ବ ଓ ଗୌରବ ଆଣି ଦେଇଛି ବୋଲି ସେ କହିଥିଲେ।

ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର (ଡାକ୍ତର) ପ୍ରସେନଜିତ ମହାନ୍ତି, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌)ର ଡିନ୍ ପ୍ରଫେସର ଅୟସକାନ୍ତ ମହାନ୍ତି ଏବଂ ଆସୋସିଏଟ୍ ଡିନ୍ ପ୍ରଫେସର ମନୋରଞ୍ଜନ ଦାସ ଉପସ୍ଥିତ ଥିଲେ।

Leave A Reply

Your email address will not be published.