ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା

ମନୋଜ ଆହୁଜା ହେଲେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ

0

ଭୁବନେଶ୍ବର: ପୂର୍ବ ଚିଠିକୁ ସଂଶୋଧନ ପରେ ମନୋଜ ଆହୁଜାଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବାବେଳେ, ପୂର୍ବ ଚିଠିରେ ଏସଜେଟିଏର ଅଧ୍ୟକ୍ଷ ବୋଲି ଉଲ୍ଲେଖ କରାଯାଇଥିଲା।

ହେଲେ ଏହି ଖବର ପ୍ରସାରଣ ପରେ ସେବାୟତ ପ୍ରତିକ୍ରିୟାଶୀଳ ହୋଇଥିଲେ। ନିୟମ ଅନୁସାରେ, ଗଜପତି ମହାରାଜ ପରିଚାଳନା କମିଟି ଅଧ୍ୟକ୍ଷ ରହିପାରିବେ। ତେବେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା। ଯାହା ପରେ ଚିଠି ବଦଳାଯଇଥିଲା। ପରେ ପୁଣି ଥରେ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କରିଛି ସାଧାରଣ ପ୍ରଶାସନ ବିଭାଗ। ଅଧ୍ୟକ୍ଷ ନୁହେଁ ବରଂ ସେ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବା ସଂଶୋଧିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

ସୂଚନାଯୋଗ୍ୟ, ୨୦୨୪ ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ ମନୋଜ ଆହୁଜା। ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ବରିଷ୍ଠ ଆଇଏସ୍ ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ମିଳିଥିଲା। ପରେ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଥିଲା। ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ଏକ ବର୍ଷ ପର୍ଯ୍ୟନ୍ତ ବଢାଇଦିଆଯାଇଥିଲା।

Leave A Reply

Your email address will not be published.