ପ୍ରମୁଖ ଖବର

ଗେରୁଆ ରଙ୍ଗ ହେବ ସରକାରୀ ସ୍କୁଲ
ପୁରୀ ସମ୍ବଲପୁର, ଓ ରାଉରକେଲାରେ ଖୁବଶୀଘ୍ର ହେବ ପୌର ନିର୍ବାଚନ: ମନ୍ତ୍ରୀ
ଦିନିକିଆରୁ ଅବସର ଘୋଷଣା କଲେ ଷ୍ଟିଭ୍‌ ସ୍ମିଥ୍‌
ଭୁବନେଶ୍ଵର ଡିସିପି ଭାବେ ଦାୟିତ୍ଵ ନେଲେ ଜଗମୋହନ ମୀନା

ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ପୂର୍ବତନ ପୋଲିସ ଡିଜି ତଥା ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର। ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିବା ପରେ ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି। ପୂର୍ବତନ ପୁଲିସ ମହାନିର୍ଦେଶକ ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପଦେଷ୍ଟା ଭାବେ କାର୍ଯ୍ୟକରିବେ।

ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ହେବା ପରେ ପ୍ରକାଶ ମିଶ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି, ସେ କହିଛନ୍ତି ଯେ, ମତେ ଗୁରୁଦାୟିତ୍ୱ ମିଳିଛି। ମୁଁ ଏହାକୁ ସୁଚାରୁ ରୂପେ ତୁଲାଇବି। ଜନହିତରେ ଯାହା ହୋଇପାରିବ ମିଳିମିଶି କରିବୁ। ଲୋକଙ୍କ ସମସ୍ୟା କିପରି ଦୂର ହେବ ସେଥିପ୍ରତି ଧ୍ୟାନ ଦେବୁ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୯ରେ ବିଜେପି ଦଳରୁ କଟକ ଲୋକସଭା ଆସନରୁ ସେ ନିର୍ବାଚନ ଲଢିଥିଲେ। ସେ ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ। ପ୍ରକାଶ ମିଶ୍ର ପୂର୍ବତନ ସିଆରପିଏଫ ମହାନିର୍ଦ୍ଦେଶକ ଏନଡିଆରଏଫ ଡିଜି ଥିଲେ।

Leave A Reply

Your email address will not be published.