ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର

0

ଭୁବନେଶ୍ବର: ବଦଳିଲେ ଓଡ଼ିଶାର ନିର୍ବାଚନ କମିଶନ। ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ। ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ମଧୁସୂଦନ ପାଢ଼ୀଙ୍କୁ ଏହି ପଦରେ ନିଯୁକ୍ତି ପ୍ରଦାନ କରାଯାଇଛି ।

ତେବେ ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ପ୍ରଥମେ ସେ କନ୍ଧମାଳ ଜିଲ୍ଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ କାର୍ଯ୍ୟ କରିଥିଲେ। ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ସଚିବ ଥିଲେ।

Leave A Reply

Your email address will not be published.