ପ୍ରମୁଖ ଖବର

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ
ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ
ଜି-୭ ସମ୍ମିଳନୀରେ ସାମିଲ ନହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଠାବ
ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି
ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ଓଡିଶା : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ରାଜ୍ୟରେ ନିବେଶକଙ୍କ ମହାମିଳନ। ପ୍ରମୁଖ ନିବେଶକମାନେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ ଯୋଗ ଦେଇ ଓଡିଶା ବିକାଶ ପାଇଁ ସହଯୋଗର ହାତ ବଢେଇଛନ୍ତି। ଯାହାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ସିଙ୍ଗିଲ ୱିଣ୍ଡୋ କ୍ଲିଅରାନ୍ସ ଜରିଆରେ ଶିଳ୍ପ ପାଇଁ ପ୍ରତିବନ୍ଧକ ଦୂର କରିଛୁ । ଓଡ଼ିଶାରେ ଶିଳ୍ପ ବିକାଶ ପାଇଁ ଅପାର ସୁଯୋଗ ରହିଛି। ଉତ୍କର୍ଷ ଓଡିଶା ପାଇଁ ୫ ଲକ୍ଷ କୋଟି ଟଙ୍କାର ଆଶା ରଖାଯାଇଥିଲା। କିନ୍ତୁ ତାହାର ୩ ଗୁଣା ଅଧିକ ହେବ ବୋଲି ଆହୁରି ଆଶା ବଢ଼ିଥିବା ସେ କହିଛନ୍ତି। ଏଥିସହିତ ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ସମସ୍ତ ନିବେଶକଙ୍କୁ ଆମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆଜିଠୁ ଆରମ୍ଭ ହୋଇଛି ଦୁଇ ଦିନିଆ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ। ନିବେଶ ପାଇଁ ଓଡ଼ିଶାରେ ଶିଳ୍ପହସ୍ତୀ, ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁସ, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି ଜନତା ମୈଦାନର ଶିଳ୍ପ ସମ୍ମିଳନୀରେ ସାମିଲ ହୋଇଛନ୍ତି। ଯାହାକୁ ଆଜି ଉଦଘାଟିତ କରିଛନ୍ତି ପ୍ରଧାମନ୍ତ୍ରୀ ମୋଦି। ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଶିଳ୍ପପତି ନୀନ ଜିନ୍ଦଲ, ଅନୀଲ ଅଗ୍ରଓ୍ବାଲ, ଶିଳ୍ପପତି କୁମାର ମଙ୍ଗଳମ ବିର୍ଲା, ସଜନ ଜିନ୍ଦଲ, କରଣ ଆଦାନୀ ସାମିଲ ଅଛନ୍ତି। ଯେଉଁଥିରେ ଶହେରୁ ଅଧିକ ଶିଳ୍ପପତିଙ୍କ ସହ ଏମଓୟୁ ସ୍ୱାକ୍ଷାର କରିବା ପାଇଁ ମେଗା ପ୍ଲାନ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର ।

Leave A Reply

Your email address will not be published.