ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଡ୍ରୋନ ଉଡ଼ାଣକାରୀଙ୍କ ବିରୋଧରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

0

ପୁରୀ: ଏଣିକି ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡାଇଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଶ୍ରୀମନ୍ଦିରର ୧୦୦ ମିଟର ପରିଧି ଅଞ୍ଚଳ ନିଷିଦ୍ଧାଞ୍ଚଳଭାବେ ଡିଜିସିଏ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ଅଞ୍ଚଳରେ ଡ୍ରୋନ ଆଦି ଉଡ଼ାଇବା ସମ୍ପୂର୍ଣ୍ଣ ବେଆଇନ। ଯଦି ଏପରି ଦେଖାଯାଏ ତେବେ ଡ୍ରୋନ ଉଡ଼ାଣକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ।
ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ିବା ଘଟଣାକୁ ନେଇ ପୋଲିସ ପକ୍ଷରୁ ସିଂହଦ୍ୱାର ଥାନାରେ ଲିଖିତ ଅଭିଯୋଗ ପରେ ମାମଲା ରୁଜୁ କରାଯାଇଛି। ପୋଲିସ ଘଟଣାକୁ ଗୁରୁତର ଭାବେ ଗ୍ରହଣ କରିଛି। ତଦନ୍ତ ପରେ ଡ୍ରୋନ୍‌ ଉଡ଼ାଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରୱାଲ୍‌ ବୁଧବାର ସୂଚନା ଦେଇଛନ୍ତି।

ସାମାଜିକ ଗଣମାଧ୍ୟମରେ ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଯୁବବର୍ଗ ଡ୍ରୋନ୍‌ ଉଡ଼ାଇ ଶ୍ରୀମନ୍ଦିରର ଭିତର ପାର୍ଶ୍ୱ ଭିଡିଓ ଓ ଚିତ୍ର ଉତ୍ତୋଳନ କରୁଛନ୍ତି। ଏହା ସମ୍ପୂର୍ଣ୍ଣ ବେଆଇନ। କିଛି ସୋସିଆଲ ମିଡିଆ ଆକାଉଣ୍ଟକୁ ଚିହ୍ନଟ କରାଯାଇଛି। ସେମାନଙ୍କ ବିରୋଧରେ ଆଗାମୀ ଦିନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି।

Leave A Reply

Your email address will not be published.