ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଫେବୃଆରୀ ୧୫ ତାରିଖ ଯାଏଁ ବଢ଼ିଲା ଇ-କେୱାଇସି ଅପଡେଟ ଅବଧି

0

ଭୁବନେଶ୍ବର: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କେଓ୍ବାଇସିକୁ ନେଇ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ରାସନ କାର୍ଡ ପାଇଁ ଇ-କେଓ୍ବାଇସିକୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଇ-କେଓ୍ବାଇସି ଅପଡେଟ୍ ଅବଧି ଥିବା ବେଳେ ଏହାକୁ ବଢ଼ାଇଛନ୍ତି ରାଜ୍ୟ ସରକାର। ଫେବୃଆରୀ ୧୫ ତାରିଖ ପର୍ଯ୍ୟନ୍ତ ଇ-କେଓ୍ବାଇସି ଅପଡେଟ୍ ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର। ଏବେ ଏବେ ଜାନୁଆରୀ ୩୧ ନୁହେଁ, ଫେବୃଆରୀ ୧୫ ତାରିଖ ପର୍ଯ୍ୟନ୍ତ ରାସନ କାର୍ଡ ପାଇଁ ଇ-କେଓ୍ବାଇସି କରି ହେବ। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। କିଛି ଲୋକ ଇ-କେଓ୍ବାଇସି କରି ନ ଥିବାରୁ ବୃଦ୍ଧି ପାଇଁ ଦାବି କରିଥିଲେ। ଏହାକୁ ବିଚାର କରି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୯ ଲକ୍ଷ ହିତାଧିକାରୀ ଇ-କେୱାଇସି ଅପଡେଟ କରି ନାହାନ୍ତି। ୨୯ ତାରିଖ ସୁଦ୍ଧା ୨ କୋଟି ୯୬ ଲକ୍ଷ ୯୭ ହଜାର ୩୩୨ ଜଣ ଇ-କେୱାଇସି ଅପଡେଟ୍ କରିଛନ୍ତି। ରାଜ୍ୟ ବାହାରେ ରହୁଥିବା ୧ ଲକ୍ଷ ୩୨ ହଜାର ୩୭୮ ଜଣ ଇ-କେୱାଇସି ଅପଡେଟ କରିଛନ୍ତି। ଜାନୁଆରୀ ୨୯ ତାରିଖ ସୁଦ୍ଧା ମୋଟ୍ ୩୮ ଲକ୍ଷ ୩ ହଜାର ୨୩୮ ଜଣ ଇ-କେୱାଇସି ଅପଡେଟ୍ କରି ନଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। କାର୍ଡରେ ଅଯୋଗ୍ୟ ଓ ମୃତ ବ୍ୟକ୍ତି ଥିବାରୁ ଇ-କେୱାଇସି କରିବାକୁ ବହୁ ହିତାଧିକାରୀ ଆସୁ ନଥିବା ଯୋଗାଣ ମନ୍ତ୍ରୀ କହିଛନ୍ତି।

ଏବେ ରାଶନ କାର୍ଡ ହିତାଧିକାରୀଙ୍କ ଇ-କେୱାଇସି ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ ଇ-କେୱାଇସି ମାଧ୍ୟମରେ ଡିଲର ଅପ୍‌ଡେଟ୍‌ କରୁଛନ୍ତି।

Leave A Reply

Your email address will not be published.