ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ଉପ-ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ଜରିମାନା

0

କଟକ: ନିର୍ବାଚନୀ ମାମଲାରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଜବାବ ଦାଖଲ କରି ନଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକବର୍ଦ୍ଧନ ସିଂହଦେଓ ୨ ହଜାର ଟଙ୍କା ତଣ୍ଡ ଗଣିବାକୁ ହାଇକୋର୍ଟ ନିର୍ଦ୍ଦେଶ। ୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ରୁଜୁ ମାମଲାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କୁ ହାଇକୋର୍ଟ ୨ ହଜାର ଟଙ୍କା ଜରିମାନା କରିଛନ୍ତି।

ପରାଜିତ ବିଜେଡି ପ୍ରାର୍ଥୀ ସରୋଜ କୁମାର ମେହେର ରୁଜୁ କରିଥିବା ନିର୍ବାଚନୀ ମାମଲାରେ ପ୍ରତିପକ୍ଷ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଦାଖଲ କରିଥିବା ଜବାବକୁ ହାଇକୋର୍ଟ ଗ୍ରହଣ କରିଛନ୍ତି। ଜବାବ ଦାଖଲ ପାଇଁ ତାରିଖ ଗଡ଼ାଇ ଚାଲିବା, ନିର୍ଦ୍ଧାରିତ ସମୟରେ ଜବାବ ଦାଖଲ ନ କରିବା ସହ ଅଧିକ ସମୟ ଚାହିଁବାରୁ ହାଇକୋର୍ଟ ବିଚାରପତି ଆନନ୍ଦ ଚନ୍ଦ୍ର ବେହେରା ୨ ହଜାର ଟଙ୍କା ଜରିମାନା କରି ତାଙ୍କ ଜବାବ ଗ୍ରହଣ ନିମନ୍ତେ ଆବେଦନକୁ ଅନୁମତି ପ୍ରଦାନ କରିଛନ୍ତି। ଉକ୍ତ ଜରିମାନା ଅର୍ଥ ହାଇକୋର୍ଟ ବାର୍‌ ଆସୋସିଏଶନ କଲ୍ୟାଣପାଣ୍ଠିିରେ ଜମା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.