ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଉପ-ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ଜରିମାନା

0

କଟକ: ନିର୍ବାଚନୀ ମାମଲାରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଜବାବ ଦାଖଲ କରି ନଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକବର୍ଦ୍ଧନ ସିଂହଦେଓ ୨ ହଜାର ଟଙ୍କା ତଣ୍ଡ ଗଣିବାକୁ ହାଇକୋର୍ଟ ନିର୍ଦ୍ଦେଶ। ୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ରୁଜୁ ମାମଲାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କୁ ହାଇକୋର୍ଟ ୨ ହଜାର ଟଙ୍କା ଜରିମାନା କରିଛନ୍ତି।

ପରାଜିତ ବିଜେଡି ପ୍ରାର୍ଥୀ ସରୋଜ କୁମାର ମେହେର ରୁଜୁ କରିଥିବା ନିର୍ବାଚନୀ ମାମଲାରେ ପ୍ରତିପକ୍ଷ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଦାଖଲ କରିଥିବା ଜବାବକୁ ହାଇକୋର୍ଟ ଗ୍ରହଣ କରିଛନ୍ତି। ଜବାବ ଦାଖଲ ପାଇଁ ତାରିଖ ଗଡ଼ାଇ ଚାଲିବା, ନିର୍ଦ୍ଧାରିତ ସମୟରେ ଜବାବ ଦାଖଲ ନ କରିବା ସହ ଅଧିକ ସମୟ ଚାହିଁବାରୁ ହାଇକୋର୍ଟ ବିଚାରପତି ଆନନ୍ଦ ଚନ୍ଦ୍ର ବେହେରା ୨ ହଜାର ଟଙ୍କା ଜରିମାନା କରି ତାଙ୍କ ଜବାବ ଗ୍ରହଣ ନିମନ୍ତେ ଆବେଦନକୁ ଅନୁମତି ପ୍ରଦାନ କରିଛନ୍ତି। ଉକ୍ତ ଜରିମାନା ଅର୍ଥ ହାଇକୋର୍ଟ ବାର୍‌ ଆସୋସିଏଶନ କଲ୍ୟାଣପାଣ୍ଠିିରେ ଜମା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.