ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

୮ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

0

ଭୁବନେଶ୍ବର: ଫେବ୍ରୁଆରୀ ୮ରେ ମିଳିବ ପ୍ରଥମ କିସ୍ତି ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଯାଜପୁରରେ ‘ସୁଭଦ୍ରା’ ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ କରାଯିବ। ଏହାର ଏକ ମାସ ପରେ ଅର୍ଥାତ୍ ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
୩ ଓ ୪ ତାରିଖରେ ବ୍ୟାଙ୍କ ଯାଇ ଏନପିସିଆଇ ଚେକ୍‌ କରିପାରିବେ। ଏଥିସହ ଛୋଟ ଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ୪ର୍ଥ ପର୍ଯ୍ୟାୟରେ ୧ କୋଟି ଟପିପାରେ ହିତାଧିକାରୀ ସଂଖ୍ୟା। ଫେବ୍ରୁଆରୀରେ ଯଦି ବଞ୍ଚିତ ହୁଅନ୍ତି, ଯାଞ୍ଚ କରିବାର ମାସେ ସମୟ ରହିଛି। ମାର୍ଚ୍ଚ ୮ ସୁଦ୍ଧା ଯାଞ୍ଚକରି ତଥ୍ୟ ଦାଖଲ କଲେ ଟଙ୍କା ପାଇପାରିବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଏପର୍ଯ୍ୟନ୍ତ ସୁଭଦ୍ରା ଯୋଜନାରେ ୩ୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିସାରିଛି। ଆସନ୍ତା ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି ଟଙ୍କା ମିଳିବ। ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେଉଛି। ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇସାରିଲାଣି। ଯୋଗ୍ୟ ହିତାଧିକାରୀମାନଙ୍କୁ ନିଶ୍ଚିତ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

Leave A Reply

Your email address will not be published.