ପ୍ରମୁଖ ଖବର

ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ।
ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ମହାପ୍ରଭୁଙ୍କ ଅଧୀନକୁ ଆସିବ ଏମାର ମଠର ରୁପା ଇଟା
କୁହୁଡି ଯୋଗୁ ୩ ମାସ ପାଇଁ ବାତିଲ ହେଲା ୨୪ ଟ୍ରେନ
ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଜଣେ ମୃତ ଓ ୫ଗୁରୁତର

ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

0

ଭୁବନେଶ୍ବର: ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ମୋଟର ସାଇକେଲ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବୃଦ୍ଧି ପାଇଛି।

ଅଗ୍ନିଶମ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ଏବଂ ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି। ତେବେ କେବଳ ଭତ୍ତା ନୁହେଁ ଏଣିକି ମେଡିକାଲ ଖର୍ଚ୍ଚ ବି ବହନ କରିବେ ସରକାର।

Leave A Reply

Your email address will not be published.