ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

0

କଟକ: କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିଛି। ଦୀର୍ଘ ଦିନ ହେଲା ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଲାଗି ଦାବି କରାଯାଉଥିଲା। ୨୦୨୦ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏଥିପାଇଁ ଚିଠି ଲେଖିଥିଲେ। ପୂର୍ବରୁ କଟକ ମେୟର ସୁବାସ ସିଂ ମଧ୍ୟ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଙ୍କୁ ଭେଟି ସ୍ମାରକପତ୍ର ମଧ୍ୟ ପ୍ରଦାନ କରିଥିଲେ।

କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ପରେ କଟକ ସହର ସମେତ ସାରା ରାଜ୍ୟରେ ଖୁସିର ଲହରି ଖେଳିଯାଇଛି। କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ନେଇ ସୂଚନା ଜାରି କରାଯାଇଛି।
ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା। ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା। ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ।

କଟକ ଐତିହାସିକ ବାଲିଯାତ୍ରା ଓଡ଼ିଶା ଏବଂ ଦକ୍ଷିଣ ଏସୀୟ ରାଷ୍ଟ୍ର ମଧ୍ୟରେ ନୌବାଣିଜ୍ୟ ଗାଥା କହେ। କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦେବା ନେଇ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ। ପୂର୍ବ ପ୍ରତିଶ୍ରୁତି ଅନୁସାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦିଆଯାଇଥିବା ନେଇ ସୂଚନା ଜାରି କରାଯାଇଛି। ଆଜି ରାଜ୍ୟସଭାରେ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ପ୍ରଦାନ ନେଇ ସୂଚନା ଦେଇଛନ୍ତି।

Leave A Reply

Your email address will not be published.