ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଆୟୁଷ୍ମାନ ଯୋଜନାରେ ସାମିଲ ହେବେ ସାଢ଼େ ୩ କୋଟି ଲୋକ

0

ଭୁବନେଶ୍ବର: ଆୟୁଷ୍ମାନ ଯୋଜନାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା। ଏହି ଯୋଜନାରେ ସାଢ଼େ ୩ କୋଟି ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବର୍ତ୍ତମାନ ଆୟୁଷ୍ମାନ କାର୍ଡ ଛପା ଚାଲିଛି ବୋଲି କହିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ। ଆୟୁଷ୍ମାନ ଭାରତ ସହ ଆଇଟି ଇଣ୍ଟିଗ୍ରେସନ ପ୍ରକ୍ରିୟା ମଧ୍ୟ ଚାଲିଛି। ସୂଚନା ଥାଉକି ଗତ ମାସରେ ଆୟୁଷ୍ମାନ ଭାରତ ଯୋଜନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି। ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଚଳିତ ମାସ ଫେବୃଆରୀରୁ ଏହାକୁ ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବେ।

ସେହିପରି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ‘ରାଜ୍ୟର ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ। ଦେଶର ଯେକୌଣସି ସ୍ଥାନରେ ଥିଲେ ମଧ୍ୟ ଜଣେ ଏହି ସୁଯୋଗ ପାଇପାରିବ। ଏହି ଯୋଜନା ୩୦ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ରହିବ। ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତର ସୁବିଧା ଗୋଟିଏ କାର୍ଡରେ ମିଳିବ ଯାହା ୱାନ ନେସନ ୱାନ ହେଲଥ କାର୍ଡ ଯୋଜନାର ପରିସରଭୁକ୍ତ।

Leave A Reply

Your email address will not be published.