ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

୧୫ ପରେ ଆଉ ବଢିବନି ଇ-କେୱାଇସି ଅବଧି: ଖାଦ୍ୟ ଯୋଗାଣ ମନ୍ତ୍ରୀ

0

ଭୁବନେଶ୍ବର: ରାସନ କାର୍ଡ଼କୁ ନେଇ ରବିବାର ଏକ ବଡ଼ ଖବର ଆସିଛି। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରାଶନ କାର୍ଡ ଇ-କେୱାଇସି ଅବଧିକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଫେବୃୟାରୀ ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି। ଏହାପରେ ଆଉ ବଢ଼ିବନି ଇ-କେୱାଇସି ଅବଧି। ଫେବୃଆରୀ ୧୫ସୁଦ୍ଧା ଯେଉଁମାନେ ରାସନ କାର୍ଡର ଇକେୱାଇସି ନ କରିବେ, ସେମାନଙ୍କ ନାଁ କଟାଯିବ। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ବର୍ତ୍ତମାନ ସୁଦ୍ଧା ୩୭ ଲକ୍ଷ ୮୫ ହଜାର ୪୯୬ ଜଣ ହିତାଧିକାରୀ ଇ-କେୱାଇସି କରିନାହାନ୍ତି। ୮ ଲକ୍ଷ ଆୟକରଦାତା ବି ହାତେଇଛନ୍ତି ରାଶନକାର୍ଡ। ସ୍ବାସ୍ଥ୍ୟ କାର୍ଡ ହାତେଇବାକୁ ରାଶନକାର୍ଡ ନେଇଥିଲେ। ୧୨ ହଜାର ଚାକିରିଆ, ବଡ଼ବଡ଼ିଆ ରାଶନକାର୍ଡ ଫେରାଇ ସାରିଲେଣି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ସେଥିରୁ ୧୨ ହଜାର ଚାକିରିଆ ଓ ବଡ଼ବଡ଼ିଆ କାର୍ଡ ଫେରାଇଲେଣି ଓ ଆଗକୁ ଆହୁରି ଫେରାଇବେ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ସରକାରୀ ଅଧିକାରୀମାନଙ୍କୁ ସର୍ଭେ କରିବାକୁ କୁହାଯାଇଛି। ଅଧିକ ରୋଜଗାର କରୁଥିବା ଲୋକ ଯଦି କାର୍ଡ ପାଇଛନ୍ତି, ଲିଖିତ ଭାବେ ଜଣାଇବାକୁ କୁହାଯାଇଛି। ସେମାନେ ଯଦି ସମୟ ସୀମା ଭିତରେ କାର୍ଡ ନ ଫେରାନ୍ତି, ତେବେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି ମନ୍ତ୍ରୀ କୃଷ୍ଣ ପାତ୍ର।

ଅନ୍ୟପକ୍ଷରେ ଏହି ଇ-କେୱାଇସି ଅପଡେଟ୍‌କୁ ନେଇ ଚିନ୍ତାରେ ପଡ଼ିଛନ୍ତି ହିତାଧିକାରୀ। ଘରର ଅନେକ ସଦସ୍ୟ ବାହାର ରାଜ୍ୟ, ଏପରିକି ଦେଶ ବାହାରେ କାମ କରୁଛନ୍ତି। ସରକାର ନିର୍ଦ୍ଧାରିତ କରିଥିବା ମାସକ ମଧ୍ୟରେ ସମସ୍ତେ କେମିତି ଆସି ବାୟୋମେଟ୍ରିକ ଦେବେ ବୋଲି ହିତାଧିକାରୀ ପ୍ରଶ୍ନ ଉଠାଇଥିଲେ। ଏହି ଅବଧିକୁ ବଢ଼ାଇବା ପାଇଁ ହିତାଧିକାରୀଙ୍କ ପକ୍ଷରୁ ଜୋର୍‌ଦାର ଦାବି କରିଥିଲେ।

Leave A Reply

Your email address will not be published.