ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

କାରକୁ ପିଟିଲା ଟ୍ରକ୍‌: ଡିଏସ୍‌ପିଙ୍କ ସମେତ ୨ ମୃତ

0

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଏକ ଟ୍ରକ୍‌ ରଙ୍ଗ ରୁଟରେ ଆସି ଭାରସାମ୍ୟ ହରାଇ କାର୍‌କୁ ଧକ୍କା ଦେଇଥିଲା । ଫଳରେ ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ହେଉଛନ୍ତି ପୁଲିସ୍ ଅଧିକାରୀ। ତାଙ୍କ ନାଁ ବଳରାମ ନାୟକ (୪୯)। ସେ ବାଲେଶ୍ୱର ଜିଲ୍ଲାରେ ଡିଏସ୍‌ପି ଭାବେ କାର୍ଯ୍ୟରତ ଥିଲେ। ଅନ୍ୟ ମୃତକଙ୍କ ନାଁ କୃଷ୍ଣଚନ୍ଦ୍ର ନାୟକ। ସେ କୃଷକ ସାଥୀ ଥିଲେ। ତା’ଛଡ଼ା ସେ ବଳାରାମଙ୍କର ସଂପର୍କୀୟ ମଧ୍ୟ ଥିଲେ।

ମିଳିଥିବା ସୂଚନା ମୁତାବକ, ମୃତକଙ୍କ ମଧ୍ୟରୁ ଜଣେ ଯାଜପୁର ଜିଲ୍ଲାରେ କାର୍ଯ୍ୟରତ ଡିଏସ୍‌ପି। ମୃତ ଡିଏସ୍‌ପି ବଳରାମ ନାୟକଙ୍କ ଘର କେନ୍ଦୁଝର ଜିଲ୍ଲା ଘଟଗାଁ ଅଞ୍ଚଳରେ। ତାଙ୍କର ଜଗତସିଂହପୁର ବଦଳି ହୋଇ ଯାଇଥିବାରୁ ତାଙ୍କୁ ପାଇଁ ଆଜି ବିଦାୟ ସମ୍ୱର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା। ମୃତ ଡିଏସ୍‌ପି ସେହି ଉତ୍ସବରେ ଯୋଗଦେବା ପାଇଁ ଯାଉଥିଲେ। ସେ ଘଟଗାଁରୁ କାରରେ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ରଙ୍ଗ୍ ରୁଟ୍‌ରେ ଆସୁଥିବା ଏକ ଟ୍ରକ୍ ସେମାନଙ୍କୁ ସମ୍ମୁଖରୁ ଧକ୍କା ଦେଇଥିଲା। କାରର ସମ୍ମୁଖଭାଗ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ଡିଏସପି ବଳରାମ ଓ କୃଷ୍ଣଚନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଟ୍ରକ୍‌ ଏବଂ କାରକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.