ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଲକ୍ଷାଧିକ ମୃତ ବ୍ୟକ୍ତି ଖାଉଥିଲେ ରାସନ ଚାଉଳ

0

ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ଭୂତ ରାଶନାକାର୍ଡଧାରୀ ଅଛନ୍ତି। ଅର୍ଥାତ୍‌ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାଶନ କାର୍ଡ। ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି ପାଉଥିଲେ ରାସନ ସୁବିଧା। ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିବା ନେଇ ଆଜି ଗୃହରେ ମତ ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଇ-କେଓ୍ୱାଇସି ପରେ ସେମାନଙ୍କୁ ତାଲିକାରୁ ବାଦ୍‌ ଦିଆଯାଇଛି।

ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ କେନ୍ଦୁଝରରେ ସର୍ବାଧିକ ୩୫ ହଜାର ୫୫୦ଜଣ ମୃତ ବ୍ୟକ୍ତି ରାସନ କାର୍ଡ ହିତାଧିକାରୀ ଥିଲେ। ସେହିପରି ଗଞ୍ଜାମରେ ୨୫ ହଜାର ୭୮୯, ମୟୂରଭଞ୍ଜରେ ୨୩ହଜାର ୭୯୯, ରାୟଗଡାରେ ୨୨ ହଜାର ୪୧୧ଜଣ ମୃତ ବ୍ୟକ୍ତି ରାସନ ହିତାଧିକାରୀ ରହିଥିଲେ। ରାଜ୍ୟରେ ଇ-କେଓ୍ୱାଇସି ଯାଞ୍ଚ ସମୟରେ, ୧୬ ହଜାର ୧୮୪ ଜଣ ଅଯୋଗ୍ୟ ପରିବାର ରାସନ କାର୍ଡ ନେଇଥିବା ଜଣାପଡ଼ିଛି ବୋଲି ଯୋଗାଣ ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

ଏଥିସହିତ ମନ୍ତ୍ରୀ ଏହା ବି କହିଛନ୍ତି, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨ କୋଟି ୯୯ ଲକ୍ଷ ୫୦ ହଜାର ୮୨୦ ଜଣ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି। ସେମାନଙ୍କ ମଧ୍ୟରୁ ୨ କୋଟି ୯୮ ଲକ୍ଷ ୧୪ ହଜାର ୯୨୧ ହିତାଧିକାରୀ ଓଡ଼ିଶା ଭିତରେ ଥାଇ ଏବଂ ୧ ଲକ୍ଷ ୩୫ ହଜାର ୮୯୯ ପିଡିଏସ୍ ହିତାଧିକାରୀ ଓଡ଼ିଶା ବାହାରେ ଥାଇ ନିଜ ଇ-କେଓ୍ୱାଇସି ଅପଡେଟ୍ କରାଇଛନ୍ତି।

Leave A Reply

Your email address will not be published.