ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା

0

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା। ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରେଖା ଗୁପ୍ତା ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀର ନୂତନ ସରକାର ଗଠନ ହୋଇଛି।

ତାଙ୍କ ସହ ୬ ଜଣ ବିଜେପି ବିଧାୟକ କ୍ୟାବିନେଟ ସଦସ୍ୟ ଭାବେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ରେଖା ପ୍ରଥମଥର ପାଇଁ ବିଧାୟକ ହୋଇଛନ୍ତି। ନିକଟରେ ଶେଷ ହୋଇଥିବା ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶାଲିମାର ବାଗରୁ ରେଖା ୨୯ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ। ବିଜେପି ୨୭ ବର୍ଷ ପରେ ଦିଲ୍ଲୀରେ କ୍ଷମତା ଦଖଲ କରିଥିବା ବେଳେ ଫଳାଫଳ ପ୍ରକାଶ ପାଇବାର ୧୧ ଦିନ ପରେ ରେଖା ଗୁପ୍ତା ଓ ତାଙ୍କ କ୍ୟାବିନେଟ ସହଯୋଗୀମାନେ ରାମଲୀଲା ମୈଦାନରେ ଶପଥ ନେଇଛନ୍ତି।

ଶପଥ ପାଠ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଦିଲ୍ଲୀ ବିଜୟର ବିନ୍ଧାଣୀ ବୈଜୟନ୍ତ ପଣ୍ଡାଙ୍କ ସମେତ ଏନଡିଏ ଶାସିତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ରେଖା ପ୍ରଥମଥର ବିଧାୟକ ହୋଇଥିଲେ ହେଁ ବିଜେପି ଦିଲ୍ଲୀରେ ମହିଳା କାର୍ଡ ଖେଳି ତାଙ୍କୁ ମୁଖ୍ୟମନ୍ତ୍ରୀ କରିଛି। ସବୁଠାରୁ ଚର୍ଚ୍ଚାରେ ଥିବା ପରବେଶ ବର୍ମା ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପ୍ରବେଶ ବର୍ମା ଆପ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କୁ ପରାସ୍ତ କରିଥିଲେ। ଏବେ ସେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ କ୍ୟାବିନେଟରେ ବଡ଼ ଦାୟିତ୍ୱ ନେଇପାରନ୍ତି।

Leave A Reply

Your email address will not be published.