ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ରେମୁଣା ତହସିଲଦାର ବିଦ୍ୟାଧର ପତି ନିଲମ୍ବିତ

0

ରେମୁଣା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ ଗତ ୧୩ ତାରିଖରେ ଏ ସମ୍ପର୍କିତ କେସ୍ ଦାୟର୍ କରାଯାଇଥିବା ବେଳେ ସେ ଗିରଫ୍ ହୋଇ ଜେଲ୍ ଯାଇଥିଲେ। ଏହି ନିଲମ୍ବନ ନହିଟିବା ପର୍ଯ୍ୟନ୍ତ ଶ୍ରୀ ପତିଙ୍କ ମୁଖ୍ୟାଳୟ ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସ୍ଥିର ହୋଇଛି। ଏହା ସହ ବିନା ଅନୁମତିରେ କୌଣସି ପ୍ରକାର ଛୁଟି ନେଇ ପାରିବେ ନାହିଁ ବୋଲି ନିଲମ୍ବନ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ନିଲମ୍ବିତ ରେମୁଣା ତହସିଲଦାରଙ୍କର ଭୁବନେଶ୍ବରରେ ଅଢ଼େଇ କୋଟିର ଫ୍ଲାଟ ସହ ବାଲେଶ୍ବରରେ ଏକ ଫ୍ଳାଟ୍ ଠାବ ହୋଇଥିଲା। ଦୁଇଟି ପ୍ଳଟ, ୯୩୭ ଗ୍ରାମ ସୁନା, ଏବଂ ପାଖାପାଖି ୧କୋଟି ୧୨ ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍ ଠାବ ହୋଇଥିଲା। ଏତେ ସଂପତ୍ତି କେଉଁଠୁ ଆଣିଲେ, ତାର ସନ୍ତୋଷଜନକ ଉତ୍ତର ରଖି ପାରିନଥିଲେ ତହସିଲଦାର। ଫଳରେ ତାଙ୍କୁ ଗିରଫ କରାଯାଇଥିଲା।

Leave A Reply

Your email address will not be published.