ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି

0

କଟକ: ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିଲେ ପଙ୍କଜ। ବବି ଦାସଙ୍କ ଇସ୍ତଫା ପରେ ଏହି ଆସନ ଖାଲିପଡିଥିଲା। ବାରବାଟୀ ଫ୍ଲଡ ଲାଇଟ ବିଭ୍ରାଟ ନେଇ ମତ ରଖିଛନ୍ତି ନୂଆ ସଭାପତି ପଙ୍କଜ। ସେ କହିଛନ୍ତି, ସରକାର ମାଗିଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ଦିଆଯାଇଛି।

ଗତ ମାସରେ ପ୍ରଣବ ପ୍ରକାଶ ଦାସ ଓସିଏର ସଭାପତି ପଦରୁ ଇସ୍ତଫା ଦେଇଥିଲେ। ଫଳରେ ଉପସଭାପତି ଥିବା ପଙ୍କଜ ଲୋଚନ ମହାନ୍ତି କାମଚଳା ସଭାପତି ଭାବେ ଦାୟିତ୍ଵ ନିର୍ବାହ କରିଥିଲେ। ପଙ୍କଜ ଗତଥର ଓସିଏର ସଭାପତି ଥିଲେ ଏବଂ ସୁଚାରୁରୂପେ ଦାୟିତ୍ବ ସମ୍ପାଦନ କରିଥିଲେ।

ବିସିସିଆଇର ନିୟମ ଅନୁସାରେ, କୌଣସି ସଂଘରେ ଖାଲି ଥିବା ପଦ ପୂରଣ ପାଇଁ ୪୫ ଦିନ ମଧ୍ୟରେ ନିର୍ବାଚନ କରିବା ଉଚିତ। ତେବେ ଫେବୃଆରୀ ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍‌ ଖେଳାଯିବାର ଥିବାରୁ ଓସିଏର ଅନୁରୋଧରେ ନିର୍ବାଚନ ବା ଏଜିଏମ୍‌କୁ ଫେବୃଆରୀ ୨୩କୁ ଘୁଞ୍ଚାଇ ଦେବା ପାଇଁ ନିର୍ବାଚନ ଅଧିକାରୀ ଏମ୍‌.ଏଲ୍‌. ମଜୁମଦାର ରାଜି ହୋଇଥିଲେ। ଓସିଏର କର୍ମକର୍ତ୍ତା ଓ ସଦସ୍ୟମାନେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଥିଲେ। ଧର୍ମେନ୍ଦ୍ର ମଧ୍ୟ ଅଭିଜ୍ଞ କ୍ରୀଡ଼ା ସଂଗଠକ ପଙ୍କଜ ଲୋଚନ ମହାନ୍ତିଙ୍କୁ ଓସିଏ ସଭାପତି କରିବା ପାଇଁ ପରାମର୍ଶ ଦେଇଥିଲେ।

Leave A Reply

Your email address will not be published.