ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ପ୍ରଧାନ ଶିକ୍ଷକ ନିଲମ୍ୱିତ

0

ଚିତ୍ରକୋଣ୍ଡା: ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ଜିଲ୍ଲା ପ୍ରଶାସନର ସୁପାରିସ ଆଧାରରେ ପ୍ରଧାନ ଶିକ୍ଷକ ଅଜିତ କୁମାର ମାଡକାମୀଙ୍କୁ ରାଜ୍ୟ ସରକାର ନିଲମ୍ୱନ କରିଛନ୍ତି। ଏଥିସହ ଘଟଣାରେ କାହାର ସମ୍ପୃକ୍ତି ରହିଛି ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ। ଛାନବିନ୍ ପରେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ।

ସୂଚନା ଅନୁସାରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ସ୍ଥାନୀୟ ବିଦ୍ୟାଳୟର ହଷ୍ଟେଲରେ ରହି ପାଠ ପଢ଼ୁଥିବା ଛାତ୍ରୀ ଜଣଙ୍କ ଏବେ ଦଶମ ଶ୍ରେଣୀ ପରୀକ୍ଷା ଦେଉଛନ୍ତି। ଛାତ୍ରୀ ଜଣଙ୍କ ପରୀକ୍ଷା ଦେଇ ହଷ୍ଟେଲ ଫେରି ନଥିବାରୁ ଛାତ୍ରୀଙ୍କ ଘରକୁ ଫୋନ୍ କରି ଜଣାଇଥିଲେ। ପହଞ୍ଚିବା ପରେ ଝିଅ ସନ୍ତାନ ଜନ୍ମ କରିଥିବା ଜାଣିବାକୁ ପାଇଥିଲେ ବାପା ମାଆ। ସ୍କୁଲ ଚାରି କାନ୍ଥ ଭିତରେ ଏତେ ବଡ଼ ଘଟଣା କେମିତି ଘଟିଲା ତାକୁ ନେଇ ଏବେ ଚିନ୍ତାରେ ବାପା ମାଆ।

Leave A Reply

Your email address will not be published.