ଭୁବନେଶ୍ଵର, ପଞ୍ଚଭୂତରେ ଲୀନ ହେଲେ ବର୍ଷିୟାନ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି। ପୁଅ ବାବୁସାନ ଉତ୍ତମଙ୍କୁ ମୁଖାଗ୍ନି ଦେଇଛନ୍ତି। ସତ୍ୟନଗର ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଉତ୍ତମଙ୍କୁ ଗାର୍ଡ ଅଫ ଅନର୍ ଦିଆଯାଇଛି।
ଏହାସହ ବଲିଉଡରେ ଉତ୍ତମ ଯୁଗର ଅବସାନ ଘଟିଛି । ତାଙ୍କ ଦେହାନ୍ତରେ ସାରା ଓଲିଉଡ ଜଗତ ସ୍ତବ୍ଧ ହୋଇଯାଇଛି । ପ୍ରିୟ ଅଭିନେତାଙ୍କୁ ଳଅଶ୍ରୁ ବିଦାୟ ଦେଇଛନ୍ତି ପ୍ରଶଂସକ। ସତ୍ୟନଗର ଶ୍ମଶାନରେ ହଜାର ହଜାର ପ୍ରଶଂସକ ଏକାଠି ହୋଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।
ଭୁବନେଶ୍ୱରର ଜଗନ୍ନାଥ ବିହାରସ୍ଥିତ ବାସଭବନକୁ ଉତ୍ତମଙ୍କ ମରଶରୀର ଅଣାଯିବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଥିଲେ । ତାଙ୍କ ପରଲୋକରେ ଚଳଚ୍ଚିତ୍ର ଜଗତ ସହ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।
ଗୁରୁବାର ରାତିରେ ୬୭ ବର୍ଷ ବୟସରେ ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଥିଲା। ସେ ବହୁଦିନ ଧରି ଲିଭର ସିରୋସିସ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। କିଛିଦିନ ପୂର୍ବରୁ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ୧୩୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ।
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍