ପ୍ରମୁଖ ଖବର

ଗଜପତି: ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ
ଏପ୍ରିଲ୍‌ ୧୫ ମଙ୍ଗଳବାର ଠାରୁ, ଓଡ଼ିଶାର ଉପକୂଳରେ ବାର୍ଷିକ ୬୦ ଦିନିଆ ଅର୍ଥାତ୍ ୨ ମାସିଆ ମାଛ ଧରିବା ନିଷେଧ
ଓଡ଼ିଶାର କାଗଜବିହୀନ ବିଧାନସଭା ପ୍ରକ୍ରିୟା ଅଧ୍ୟୟନ କରିବା ପାଇଁ ଦିଲ୍ଲୀ ବାଚସ୍ପତି ଭୁବନେଶ୍ୱର ଆସିବେ
ସନରାଇଜର୍ସ ହାଇଦ୍ରାବାଦ ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ
ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ
ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ,ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ

ସହଦେବ ନାୟକ ହତ୍ୟା ମାମଲା: ଆଉ ଜଣେ ଅଭିଯୁକ୍ତ ଗିରଫ

0

ଭୁବନେଶ୍ବର: ବାଣୀବିହାର- ରସୁଲଗଡ଼ ବିଚ୍‌ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସୁଶେଇ ନାୟକ ଓରଫ ସୁଶାନ୍ତଙ୍କୁ ଗିରଫ କରିଛି। କଟକ ଜିଲ୍ଲା କାନପୁର ଥାନା ଅଞ୍ଚଳରୁ ମଞ୍ଚେଶ୍ଵର ଥାନା ପୁଲିସ୍ ସୁଶାନ୍ତକୁ ଗିରଫ କରିଛି। ସୁଶାନ୍ତ ସହଦେବଙ୍କୁ ହତ୍ୟା କରିବା ପରେ ନିଜ ଗାଡି ଛାଡି ଫେରାର୍ ହୋଇଯାଇଥିଲା। ଏହି ମାମଲାରେ ପୂର୍ବରୁ ୭ ଜଣ ଗିରଫ ହୋଇସାରିଛନ୍ତି। କିଛି ଦିନ ତଳେ ଏହି ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ରମା ନାୟକ ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କରିଥିଲା। ସହଦେବ ହତ୍ୟାକାଣ୍ଡର ଲେଡି ମାଷ୍ଟରମାଇଣ୍ଡ ଥିଲା ରମା ନାୟକ।

ସୂଚନାଯୋଗ୍ୟ, ଜାନୁୟାରୀ ୮ ତାରିଖ ସକାଳ ସମୟରେ ରସୁଲଗଡ଼ କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ଏକ ନାଲି ରଙ୍ଗର ଜୁପିଟର ସ୍କୁଟି ଯୋଗେ ଭିଏସ୍‌ଏସ୍‌ ନଗରରୁ ରସୁଲଗଡ଼ ପଟକୁ ଆସୁଥିବା ବେଳେ କିଛି ଯୁବକ ଦୁଇଟି ବାଇକ୍‌ରେ ଆସି ରସୁଲଗଡ-ବାଣୀବିହାର ଓଭରବ୍ରିଜ ଉପରେ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଆଉ ଆକ୍ରମଣ ଏତେ ବିଭତ୍ସ ଥିଲା ଯେ, ତାଙ୍କ ଶରୀରରୁ ମୁଣ୍ଡ ଅଲଗା ହୋଇଯାଇଥିଲା। ଏହି ହତ୍ୟାକାଣ୍ଡ ଘଟାଇବା ପରେ ଦୁର୍ବୃତ୍ତମାନେ ବାଇକ୍‌ ଯୋଗେ ଘଟଣା ସ୍ଥଳରୁ ଫେରାର ହୋଇଥିଲେ।

ହତ୍ୟାକାଣ୍ଡ ପରେ ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଛାନ୍‌ଭିନ୍‌ ଆରମ୍ଭ କରିଥିଲା। ଏହା ପରେ ସ୍ପେଶାଲ ସ୍କ୍ୱାର୍ଡ ଚଢାଉ କରି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସେମାନଙ୍କୁ ପଚରାଉଚରା ପରେ ଘଟଣାରେ ସମ୍ପୃକ୍ତ ଆଉ ୨ ଜଣଙ୍କୁ ପୋଲିସ ଗିରଫ କରିଥିଲା। ସମସ୍ତ ଅଭିଯୁକ୍ତଙ୍କୁ ନେଇ ହତ୍ୟା ଘଟଣାର ପୋଲିସ ସିନ୍ ରିକ୍ରିଏସନ କରିଥିଲା। ଏହାର କିଛି ଦିନ ମଧ୍ୟରେ ଫେବୃୟାରୀ ୧୬ ତାରିଖରେ ଏହି ହତ୍ୟାକାଣ୍ଡ ପଛର ମୁଖ୍ୟ ମାଷ୍ଟରମାଇଣ୍ଡ କୁହାଯାଉଥିବା, ମହିଳା ଅଭିଯୁକ୍ତ ରମା ନାଏକ ମଞ୍ଚେଶ୍ୱରେ ଥାନାରେ ଆତ୍ମସମର୍ପଣ କରିଥିଲା। ସହଦେବ ନାୟକଙ୍କ ହତ୍ୟା ପଛରେ ରମା ନାୟକ ଷଡ଼ଯନ୍ତ୍ର ରଚିଥିଲା ବୋଲି ସହଦେବଙ୍କ ପତ୍ନୀ ଅଭିଯୋଗ କରିଥିଲେ।

Leave A Reply

Your email address will not be published.