ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଏପ୍ରିଲ ୧ରୁ ଲାଗୁ ହେବ କାର୍ଯ୍ୟରତ ପାଚିକାଙ୍କ ବର୍ଦ୍ଧିତ ପାରିତୋଷିକ

0

ଭୁବନେଶ୍ବର; ରାଜ୍ୟର ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ର୍ନିମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ।

ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅତିରିକ୍ତ ସଚିବ ସଂଗ୍ରାମ ମହାପାତ୍ର ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ର୍ନିମାଣର ରାଜ୍ୟ ଭାରପ୍ରାପ୍ତ ଅଧିକାରୀଙ୍କୁ ପତ୍ର ମାଧ୍ୟମରେ ଅବଗତ କରିଛନ୍ତି। ଏହା ଦ୍ବାରା ରାଜ୍ୟରେ କାର୍ଯ୍ୟରତ ଥିବା ୧,୧୨,୦୯୦ ଜଣ ପାଚକ, ପାଚିକା ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ। ଉକ୍ତ ଅନୁଦାନ ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ର୍ନିମାଣ ଯୋଜନା ପାଇଁ ଉଦ୍ଦିଷ୍ଟ ବଜେଟର ରାଜ୍ୟ ସମର୍ଥନରୁ ବହନ କରାଯିବ।

ଏହି ପାଚକ, ପାଚିକାମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦ ହଜାର ୬୧୮ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୨.୪୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଥିବା ନେଇ ସୂଚନା ରହିଛି। କାର୍ଯ୍ୟକାଳ ସମୟରେ ମୃତ୍ୟୁ ହେଲେ ପାଚିକାଙ୍କ ନିକଟ ସମ୍ପର୍କୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବ।

Leave A Reply

Your email address will not be published.