ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

0

ଭୁବନେଶ୍ବର: ଆଜି ରାଜ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ ଯୋଗେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ବିକାଶ ସହ ଲୋକଙ୍କୁ ସଶକ୍ତ କରିବାରେ ବିଜୁବାବୁଙ୍କ ଅବଦାନ ଅବିସ୍ମରଣୀୟ। ଗଣତାନ୍ତ୍ରିକ ଆଦର୍ଶ ପ୍ରତି ସେ ପ୍ରତିବଦ୍ଧ ଥିଲେ।

ସେପହିପରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀରେ ଶ୍ରାଦ୍ଧାଞ୍ଜଳି ଜଣାଇଛନ୍ତି। ଲୋକଙ୍କ କଲ୍ୟାଣ ତଥା ରାଜ୍ୟ ବିକାଶକୁ ନୂଆ ଦିଗ ଦେବାରେ ତାଙ୍କ ଅବଦାନ ସର୍ବଦା ପ୍ରେରଣାଦାୟୀ। ଜଣେ ରାଜନେତା, ସ୍ବାଧୀନତା ସଂଗ୍ରାମୀ ଏବଂ ରାଷ୍ଟ୍ରବାଦୀ ନେତା ଭାବେ ସେ ଚିରସ୍ମରଣୀୟ ବୋଲି ନିଜ ଏକ୍ସରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ।

ସେପଟେ ଏବେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀରେ, ପଞ୍ଚାୟତିରାଜ ଦିବସ ପାଳନ ହେବାକୁ ନେଇ ଏବେ ଖପ୍ପା ବିଜେଡି। ବିଜେଡି ସରକାର ଥିବା ବେଳେ ମାର୍ଚ୍ଚ ୫ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରାଯାଇଆସୁଥିଲା, ପଞ୍ଚାୟତ ପାଇଁ ବିଜୁ ବାବୁଙ୍କ ଅବଦାନକୁ ସମ୍ମାନ ଜଣାଇ ଏହିଦିନ ଛୁଟି ପାଳନ କରାଯାଏ। ହେଲେ ଏଥର ମାର୍ଚ୍ଚ ୫ କାର୍ଯ୍ୟ ଦିବସ ରହିଛି। ଆଉ ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ଯାହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ବିଜେଡି। ଭାଜପା ସରକାରଙ୍କ ଏଭଳି ପଦକ୍ଷେପ ବିରୋଧରେ ଉଭୟ ବିଜେଡି ଓ କଂଗ୍ରେସ ବର୍ଷିଛନ୍ତି।

Leave A Reply

Your email address will not be published.