ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ବଦଳିଲା ମୋହନଙ୍କ ଠିକଣା। ଆଉ ଗାନ୍ଧି ମାର୍ଗ ନୁହେଁ ଏବେ ସିଏମ ରହିବେ ରାଜ ଭବନ ମାର୍ଗରେ ଥିବା ସରକାରୀ ବାସଭବନରେ। ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ନୂଆ ବାସଭବନକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ରହିବେ ମୁଖ୍ୟମନ୍ତ୍ରୀ। ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଥମେ ଗୋମାତାଙ୍କ ପ୍ରବେଶ ପରେ ଗୃହ ପ୍ରବେଶ କରିଛନ୍ତି।

୨୬ବର୍ଷ ପରେ ସିଏମ କ୍ୱାର୍ଟରରେ ରହିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ। ପୂର୍ବରୁ ମୋହନ ମାଝୀ ଗାନ୍ଧୀ ମାର୍ଗ କ୍ବାର୍ଟରରେ ରହୁଥିଲେ। ନୂଆ ବାସଭବନକୁ ସପରିବାର ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଶୁଭବେଳା ଅନୁସାରେ ପ୍ରଥମେ ନନ୍ଦା ଏବଂ ନନ୍ଦିନୀ ନାମକ ଦୁଇ ଗୋମାତାଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ୧୦ଟା ୪୭ରେ ମୁଖ୍ୟମନ୍ତ୍ରୀ ଘର ଭିତରକୁ ପ୍ରବେଶ କରିଛନ୍ତି। ପୁରୀରୁ ଆସିଥିବା ୧୧ ଜଣ ପଣ୍ଡିତଙ୍କ ଦ୍ଵାରା ପୂଜାର୍ଚ୍ଚନା କରାଯାଇଛି। ଦିନ ତମାମ ପୂଜାର୍ଚ୍ଚନା ଚାଲିବ। ଏହି ଦୁଇଟି ଗାଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ସବୁଦିନ ରହିବେ।
ସୂଚନାନୁଯାୟୀ, ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ଗିରିଧାରୀ ଗମାଙ୍ଗଙ୍କ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତୃତୀୟ ବ୍ୟକ୍ତି ଭାବେ ସିଏମ୍ କ୍ଵାର୍ଟରରେ ରହିବେ। ଦୀର୍ଘ ୨୬ ବର୍ଷ ହେଲା ଏହି ସରକାରୀ ବାସଭବନ ଖାଲି ପଡ଼ିଥିଲା।

Leave A Reply

Your email address will not be published.