ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ଶେଷ

0

ବଲାଙ୍ଗୀର:ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ବହୁ ଚର୍ଚ୍ଚିତ ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଟଣାଗଡ଼ ଏସ୍‌ଡିଜେଏମ୍‌ କୋର୍ଟରେ ଗୁରୁବାର ବୟାନ ରେକର୍ଡ ଶେଷ ହୋଇଛି।

ତଦନ୍ତକାରୀ ସଂସ୍ଥାର ଦସ୍ତାବିଜ ଏବଂ ସାକ୍ଷୀଙ୍କ ତଥ୍ୟ ଆଧାରରେ ଏହି ବୟାନ ରେକର୍ଡ କରାଯାଇଥିଲା। ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଏଡିଜେ ୨୪୫ ପ୍ରଶ୍ନ ପଚାରିଥିବା ସୂଚନା ମିଳିଛି। ପୁଞ୍ଜିଲାଲ ଅଧିକାଂଶ ପ୍ରଶ୍ନର ଉତ୍ତରରେ ‘ନା’ କହିଥିବା ଜଣାପଡିଛି। ଏପରିକି ଆସନ୍ତା ୧୩ ତାରିଖରେ ପ୍ରତିପକ୍ଷଙ୍କ ବୟାନ ରେକର୍ଡ କରିବାକୁ ପୁଞ୍ଜିଲାଲ କୋର୍ଟରେ ଅପିଲ କରିଥିବା ଏକ ବଡ଼ ସୂଚନା ମିଳିଛି।

ଏହି ଘଟଣାରେ ପୂର୍ବରୁ ୬୩ ଜଣଙ୍କ ବୟାନ ରେକର୍ଡ ହୋଇସାରିଥିବା ବେଳେ ଆଜି ଅଭିଯୁକ୍ତ ପୁଞ୍ଜିଲାଲଙ୍କ କୋର୍ଟରେ ଶେଷ ବୟାନ ରେକର୍ଡ ଶେଷ ହୋଇଛି। ମାମଲାର ସମସ୍ତ ବୟାନ ରେକର୍ଡ ପରେ ବିଚାପତି ଏହି ମାମଲାର ରାୟ ପ୍ରକାଶ କରିବେ। ଏହି ମାମଲାର ଖୁବ୍‌ ଶୀର୍ଘ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଗୁରୁବାର ପୁଞ୍ଜିଲାଲଙ୍କୁ ବଲାଙ୍ଗୀର କାରାଗାରରୁ ପାଟଣାଗଡ଼ କୋର୍ଟକୁ ଅଣାଯାଇଥିଲା। ପରେ ବିଚାରପତିଙ୍କ ଆଗରେ ପୁଞ୍ଜିଲାଲଙ୍କୁ ହାଜର କରାଯାଇଥିଲା। ପରେ ସମସ୍ତ ପ୍ରଶ୍ନର ଉତ୍ତର ରଖିଥିଲେ ପୁଞ୍ଜିଲାଲ।

ସୂଚନାଯୋଗ୍ୟ, ୨୦୧୮ ଫେବ୍ରୁୟାରୀ ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ଆସିଥିବା ଏକ ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା । ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣା ସମଗ୍ର ଦେଶରେ ହଇଚଇ ସୃଷ୍ଟି କରିଥିଲା । ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ । ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଗିରଫ କରିଥିଲା ।

Leave A Reply

Your email address will not be published.