ପ୍ରମୁଖ ଖବର

ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର

ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

0

ଭୁବନେଶ୍ବର: ଚଳିତ ମାସ ଅର୍ଥାତ ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ରାଜ୍ୟ ପୁଲିସର ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି। ଏହି ପରୀକ୍ଷା କରୁଥିବା ଓଡିଶା ପୁଲିସ ଚୟନ ବୋର୍ଡ ଗତ ୨ ତାରିଖରେ ଏହି ପରୀକ୍ଷା ପାଇଁ ଆଡମିଟ କାର୍ଡ ଡାଉନଲୋଡ଼ କରିବା ବିଷୟ ଘୋଷଣା କରିଥିଲେ।

ମାର୍ଚ୍ଚ ୯ରେ ସହକାରୀ କୃଷି ଅଧିକାରୀ ପରୀକ୍ଷା ଏବଂ ଏସଆଇ ପରୀକ୍ଷା ଗୋଟିଏ ଦିନରେ ଥିବାରୁ ପରୀକ୍ଷାର୍ଥୀ ତଥା ଚାକିରି ଆଶାୟୀ ଅସନ୍ତୋଷ ପ୍ରକାଶ କରିଥିଲେ। କାର୍ଯ୍ୟସୂଚୀ ବିଶୃଙ୍ଖଳାର ପ୍ରତିବାଦରେ ଷ୍ଟୁଡେଣ୍ଟସ୍ ଏଗେନଷ୍ଟ କରପସନ୍ (ଏସଏସି) ସଂଗଠନ ଏନେଇ ରାସ୍ତାକୁ ଓହ୍ଲାଇଥିଲେ। ଫଳରେ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି। ପରୀକ୍ଷାର୍ଥୀମାନେ ନୂଆ ତାରିଖ ଜାଣିବା ପାଇଁ ଓଡିଶା ପୁଲିସ ୱେବସାଇଟ ନିୟମିତ ଦେଖିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.