ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ବିଲ ଦେଇ ନ ପାରିଲେ କଟିବନି ବିଦ୍ୟୁତ

0

ଭୁବନେଶ୍ବର: ଖରାଦିନେ ଉପଭୋକ୍ତା ବିଲ ଦେଇ ନ ପାରିଲେ ବି ବିଦ୍ୟୁତ କଟିବ ନାହିଁ। ବିଦ୍ୟୁତ ବିଲ୍‌କୁ ନେଇ ବଡ଼ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଗ୍ରୀଷ୍ମପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏଣିକି ଉପଭୋକ୍ତା ବିଲ ନ ଦେଇ ପାରିଲେ ଘରୁ ବିଦ୍ୟୁତ କଟିବନି।
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ବିଲ ଦେଇ ନ ଥିବା ଉପଭୋକ୍ତାଙ୍କ ବିଦ୍ୟୁତ ନ କାଯିବାକୁ ନିର୍ଦେଶ ଦିଆଯାଇଛି। ଅଘୋଷିତ ବିଦ୍ୟୁତ କାଟ୍‌‌ ନ କରିବାକୁ ମଧ୍ୟ ନିର୍ଦେଶ ଦିଆଯାଇଛି। ଅଚଳ ନଳକୂପ ୪୮ ଘଣ୍ଟା ମଧ୍ୟରେ ମରାମତି ହେବ। ଗୃହପାଳିତ ଓ ବୁଲା ପଶୁପକ୍ଷୀଙ୍କ ପାଇଁ ଆଶ୍ରୟସ୍ଥଳୀ କରାଯିବ ବୋଲି ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.