ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

୭ ଦିନ ପାଇଁ ସସପେଣ୍ଡ ତାରା ବାହିନୀପତି

0

ଭୁବନେଶ୍ବର: ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ କରାଯାଇଛି।

ସୂଚନା ମୁତବକ, ମଙ୍ଗଳବାର ବିଧାନସଭା ଅଧିବେଶନ ଚାଲିଥିବା ସମୟରେ ଗୃହରେ ଆରମ୍ଭ ହୋଇଥିଲା ତୁମ୍ବି ତୋଫାନ। ବିରୋଧୀ ଓ ଶାସକ ମଧ୍ୟରେ ଠେଲାପେଲା ଦୃଶ୍ୟ ଦେଖିବାକୁ ମିଳିଥିଲା। ଏପରିକି ବିରୋଧୀ ଓ ଶାସକ ବିଧାୟକଙ୍କ ହାତାହାତି ଦୃଶ୍ୟ ମଧ୍ୟ ଆଜି ଦେଖିବାକୁ ମିଳିଥିଲା। ଗୃହରେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ବିଶୃଙ୍ଖଳିତ ଆଚରଣ ପାଇଁ ତାଙ୍କୁ ବିରୋଧ କରିଥିଲା ଶାସକ ବିଜେପି। ପ୍ରଶ୍ନକାଳ ସମୟରେ କଂଗ୍ରେସର ବରିଷ୍ଠ ବିଧାୟକ ତାରା ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଥିଲେ।

ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି। ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ ତା’ପରେ ଉତ୍ତରାଞ୍ଚଳ ଏହି ପରି ଭାବେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ବୋଲି ତାରା ଜୟନାରାୟଣଙ୍କୁ ପ୍ରଶ୍ନ କରିଥିଲେ। ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି, ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ଦିଅନ୍ତୁ ସେ ଆଉ ଏପରି ମନ୍ତବ୍ୟ ଦେବେ ନାହିଁ ବୋଲି କହିଥିଲେ । ବିଧାନସଭାରେ କାଲି ବାଚସ୍ପତିଙ୍କ ପୋଡ଼ିୟମ ମାଇକ ଭାଙ୍ଗିଥିଲେ ତାରା। ଆଉ ଆଜି ବି ଗୃହରେ ହଙ୍ଗାମା କରିଥିଲେ। ଏନେଇ ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

Leave A Reply

Your email address will not be published.