ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

ବିବାହ ବନ୍ଧନରେ ବାନ୍ଧି ହେଲେ ଅନୁଭବ-ଜାଗୃତି

0

ନୂଆଦିଲ୍ଲୀ: ବିବାହ ବନ୍ଧନରେ ବାନ୍ଧି ହେଲେ ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଲା। ସାମ୍ନାକୁ ଆସିଲା ସେମାନଙ୍କ ବିବାହର ଫଟୋ। ପରିବାରବର୍ଗ ଓ କିଛି ହାତଗଣତି ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଦୀର୍ଘ ଦିନର ସମ୍ପର୍କ ପରେ ଓଲିଉଡ ଅଭିନେତା ଅନୁଭବ ମହାନ୍ତି ଜାଗୃତି ଶୁକ୍ଳାଙ୍କୁ ବିବାହ କରିଛନ୍ତି। ପ୍ରଶଂସକମାନେ ଉଭୟଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛନ୍ତି।

୨୦୧୯ରେ ଉଭୟଙ୍କ ମଧ୍ୟରେ ସୃଷ୍ଟି ହୋଇଥିଲା ବନ୍ଧୁତା ଆଉ ୨୦୨୫ରେ ସାତ ଜନ୍ମର ସାଥୀ ସାଜିଲେ ଅନୁଭବ-ଜାଗୃତି। ଦିଲ୍ଲୀରେ ଏହି ହାଇପ୍ରୋଫାଇଲ୍ ବାହାଘର ସମ୍ପୂର୍ଣ୍ଣ ହିନ୍ଦୁ ରୀତିନୀତି ଅନୁସାରେ ହେଉଛି। ମାର୍ଚ୍ଚ ୮ ତାରିଖରେ ଉଭୟଙ୍କ ନିର୍ବନ୍ଧ ହୋଇଥିଲା। ନିର୍ବନ୍ଧ ଫଟୋ ସାମ୍ନାକୁ ଆସିବା ପରଠୁ ଉଭୟଙ୍କ ବିବାହକୁ ନେଇ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଥିଲା।

ସୂଚନାଯୋଗ୍ୟ, ୨୦୧୪ ଫେବ୍ରୁଆରୀରେ ଅନୁଭବ ଓ ବର୍ଷାଙ୍କ ବାହାଘର ହୋଇଥିଲା। ପରେ ୨୦୨୩ ଡିସେମ୍ବର ୨୧ ତାରିଖରେ ବିବାହ ବିଚ୍ଛେଦ ହୋଇଥିଲା। ଏହାପୂର୍ବରୁ ଜାଗୃତିଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ହେଉଥିଲା। ବାରମ୍ବାର ଓଡ଼ିଶା ଆସୁଥିଲେ ଜାଗୃତି ଶୁକ୍ଳା। ନିକଟରେ ଅନୁଭବଙ୍କ ଉପରେ ଲେଖିଥିବା ଜୀବନୀ ମଧ୍ୟ ରିଲିଜ୍ ହୋଇଥିଲା।

Leave A Reply

Your email address will not be published.