ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

୨୭ରେ ବିଧାନସଭା ଘେରିବ କଂଗ୍ରେସ

0

ଭୁବନେଶ୍ବର: ଆସନ୍ତା ୨୭ ତାରିଖରେ ବିଧାନସଭା ଘେରିବ କଂଗ୍ରେସ। ଆଜି କଂଗ୍ରେସ ଭବନରେ ଅନୁଷ୍ଠିତ ବୈଠକରେ ସୂଚନା ଦେଲେ ପିସିସି ସଭାପତି ଭକ୍ତ ଚରଣ ଦାସ। କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନିଲମ୍ବନ ପ୍ରତିବାଦରେ ବିକ୍ଷୋଭ କରିବ ଦଳ। ବିଧାନସଭାରେ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ନିଲମ୍ବନ ପରେ ନିନ୍ଦା ପ୍ରସ୍ତାବ ଆଣିଲା କଂଗ୍ରେସ।

ବିଧାନସଭାରୁ ୭ଦିନ ପାଇଁ ନିଲମ୍ବନ ହୋଇଛନ୍ତି କଂଗ୍ରେସ ନେତା ତାରା ବାହିନୀପତି। ଏହାକୁ ନେଇ ପ୍ରତିବାଦକୁ ଓହ୍ଲାଇଛି କଂଗ୍ରେସ ଆଉ ବିଜେଡି। ଜୋରଦାର ବିରୋଧ କରିବା ସହ ବିଧାନସଭାକୁ ମଧ୍ୟ ବୟକଟ କରିଛି କଂଗ୍ରେସ।ଏହାକୁ ନେଇ ସୁର ରାଉତରାୟ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି।

ସେ କହିଛନ୍ତି, ମୋ ସହ ଏଭଳି କରିଥିଲେ ମୁଁ ଜୟନାରାୟଣଙ୍କ ଆଗ ଦାନ୍ତ ଭାଙ୍ଗି ପକେଟରେ ପୁରାଇ ଦେଇଥାନ୍ତି। ଗୃହରେ ଜୟନାରାୟଣ ତାରାଙ୍କୁ ଠେଲିଦେଲେ ହେଲେ ତାରାଙ୍କୁ ସସପେଣ୍ଡ କରାଗଲା। ଏହା ଘୋର ଅନ୍ୟାୟ। ବାଚସ୍ପତି ଯେଉଁ ନିଷ୍ପତ୍ତି ନେଇଛନ୍ତି ତାକୁ ମୁଁ ନିନ୍ଦା କରୁଛି ବୋଲି ସୁର କହିଛନ୍ତି।

ବରିଷ୍ଠ ନେତା ତଥା କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମର୍ଥନରେ ବାହାରିଛି ବିଜେଡି। ତାରାଙ୍କ ନିଲମ୍ବନକୁ ଘୋର ବିରୋଧ କରିଛି ବିଜେଡି। ନିଲମ୍ବନ ପ୍ରତ୍ୟାହାର ପାଇଁ ବିଜେଡି ବିଧାୟକ ବାଚସ୍ପତିଙ୍କୁ ଭେଟିଛନ୍ତି। ଅନ୍ୟପକ୍ଷରେ ବିଜେଡି କଂଗ୍ରେସ ସପକ୍ଷରେ ବାହାରିବା ଦେଖି ଶାସକ ଦଳ ନଇଁଛି। କଂଗ୍ରେସକୁ ବୁଝାଶୁଝା କରିଛି ଶାସକ ଦଳ। ଗୃହ ପରିତ୍ୟାଗ କରିଥିବା କଂଗ୍ରେସ ସଦସ୍ୟଙ୍କୁ ଗୃହକୁ ଫେରାଇ ଆଣିବା ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ବୁଝାଇଥିବାବେଳେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ବୁଝାଶୁଝା କରିଛନ୍ତି। ଆଲୋଚନା ମାଧ୍ୟମରେ ସମାଧାନର ବାଟ ବାହାରିବ ବୋଲି କହିଥିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ। ହେଲେ ତାରା ପ୍ରସାଦ ବାହିନୀପତି ନିଜ ନିଷ୍ପତ୍ତିରେ ଅଟଳ। ପ୍ରଥମେ ନିଲମ୍ବନ ଉଠାଯାଉ ତା’ ପରେ ଆଲୋଚନା ହେବ ବୋଲି କହିଥିଲେ।

Leave A Reply

Your email address will not be published.