ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଆଉ ଯୁକ୍ତ ତିନି ନୁହେଁ ଏଣିକି ଯୁକ୍ତ ଦୁଇ ପରେ ପଢ଼ିହେବ ବିଏଡ୍ ପାଠ୍ୟକ୍ରମ। ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ଏଣିକି ଯୁକ୍ତ ୨ ପରେ ବିଏଡ କରି ପାରିବେ ଛାତ୍ରଛାତ୍ରୀ। ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମଓୟୁ ସ୍ବାକ୍ଷରିତ କରାଯାଇଛି। ଏଥିସହ ଆସିବ ନୂଆ କୋର୍ସ ITEP। ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ଆସିବ ୪ ବର୍ଷର ନୂଆ ଇଣ୍ଟିଗ୍ରେଟେଡ୍ ଟିଚର ଏଜୁକେସନ ପ୍ରୋଗ୍ରାମ ବା ITEP କୋର୍ସ। ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ବିଭାଗ ନେଉଛି। ITEP ସେ ଭିତରୁ ଅନ୍ୟତମ। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ଏଣିକି ୪ ବର୍ଷରେ ଶିକ୍ଷକ ଶିକ୍ଷଣ କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତ୍ତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ।
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ